Posted inଖେଳ

ମୁମ୍ବାଇରେ ପହଞ୍ଚିଲେ ସ୍ମିଥ୍‌: କ୍ୱାରାଣ୍ଟାଇନ୍‌ରେ ରହି ଦିଲ୍ଲୀ ଦଳରେ ଯୋଗଦେବେ

ମୁମ୍ବାଇ,୪।୪(ପି.ଟି.): ଅଷ୍ଟ୍ରେଲୀୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ଯୋଗ ଦେବାକୁ ଶନିବାର ମୁମ୍ବାଇରେ ଆସି ପହଞ୍ଚିଛନ୍ତି। ଏବେ ସେ ବାଧ୍ୟତାମୂଳକ ୭ ଦିନିଆ କ୍ୱାରାଣ୍ଟାଇନ୍‌ରେ ରହିବେ। ଏ ନେଇ ଦିଲ୍ଲୀ କ୍ୟାପିଟାଲ୍ସ ଟୁଇଟ୍‌ କରି ସୂଚନା ଦେବା ସହ ସ୍ମିଥ୍‌ଙ୍କ ଏକ ଫଟୋ ଅପ୍‌ଲୋଡ କରିଛି। ୩୧ ବର୍ଷୀୟ ସ୍ମିଥ୍‌ଙ୍କୁ ରାଜସ୍ଥାନ ରୟାଲ୍ସ ରିଲିଜ୍‌ କରିଥିଲା। ଫଳରେ ଗତ ଫେବୃୟାରୀରେ ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଅକ୍ସନରେ ଦିଲ୍ଲୀ କ୍ୟାପିଟାଲ୍ସ ତାଙ୍କୁ ୨.୨ କୋଟି ଟଙ୍କା ବିନିମୟରେ କ୍ରୟ କରିଥିଲା।
ଦିଲ୍ଲୀ ଦଳ ଇତିମଧ୍ୟରେ ଟ୍ରେନିଂ ଆରମ୍ଭ କରିଛି। ତେବେ ସ୍ମିଥ୍‌ ଓ ତାଙ୍କ ନିଜ ଦେଶର ଖେଳାଳି ମାର୍କସ ଷ୍ଟୋଇନିସ କିନ୍ତୁ ଦଳର ପ୍ରଥମ ମ୍ୟାଚ୍‌ ପୂର୍ବରୁ ଅଭ୍ୟାସ କରିବାର ସୁଯୋଗ ପାଇବେ ନାହିଁ। କାରଣ ଏହି ଦୁଇ ଖେଳାଳି କ୍ୱାରାଣ୍ଟାଇନରେ ରହିବେ। ଏପ୍ରିଲ ୧୦ ତାରିଖରେ ଦିଲ୍ଲୀର ପ୍ରଥମ ମ୍ୟାଚ୍‌ରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଭେଟି ଅଭିଯାନ ଆରମ୍ଭ କରିବ। ଉଲ୍ଲେଖଥାଉ କି, ସ୍ମିଥ୍‌ ୨୦୧୯ରେ ରାଜସ୍ଥାନ ରୟାଲ୍ସ ଦଳରେ ଯୋଗ ଦେଇଥିଲେ ଓ ୨୦୨୦ରେ ଦଳର ନେତୃତ୍ୱ ନେଇଥିଲେ। ତେବେ ଦଳ ତାଲିକାର ସର୍ବନିମ୍ନ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲା। ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଦିଲ୍ଲୀର ହେଡ କୋଚ୍‌ ରହିଛନ୍ତି। ନିୟମିତ ଅଧିନାୟକ ଶ୍ରେୟାସ ଆୟାର ଇଞ୍ଜୁରି କାରଣରୁ ବାଦ୍‌ ପଡ଼ିଥିବାରୁ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଦିଲ୍ଲୀର ନେତୃତ୍ୱ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri