ରାଉରକେଲାରେ ପହଞ୍ଚି ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ରାଉରକେଲା ଅଫିସ,୨୧।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ଏନଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ସେ ରାଉରକେଲା ଗସ୍ତରେ ଅଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ ସେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ, ପ୍ରମୁଖ ଉପସ୍ଥିତ ଥିବା ନେଇ ସୂଚନା ମିଳିଛି ।
ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ପରେ ବିମାନ ବନ୍ଦରରୁ ରାଷ୍ଟ୍ରପତି ସିଧାସଳଖ ଏନ୍‌ଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି । ଏହାପରେ ଅପରାହ୍ନ ୩ଟା ୪୫ ମିନିଟରେ ସେ ସୁପର ସ୍ପେଶିଆଲିଟି ହସ୍ପିଟାଲକୁ ଲୋକାର୍ପଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri