ରାଉରକେଲାରେ ପହଞ୍ଚି ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

ରାଉରକେଲା ଅଫିସ,୨୧।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ଏନଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ସେ ରାଉରକେଲା ଗସ୍ତରେ ଅଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ ସେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ, ପ୍ରମୁଖ ଉପସ୍ଥିତ ଥିବା ନେଇ ସୂଚନା ମିଳିଛି ।
ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ପରେ ବିମାନ ବନ୍ଦରରୁ ରାଷ୍ଟ୍ରପତି ସିଧାସଳଖ ଏନ୍‌ଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି । ଏହାପରେ ଅପରାହ୍ନ ୩ଟା ୪୫ ମିନିଟରେ ସେ ସୁପର ସ୍ପେଶିଆଲିଟି ହସ୍ପିଟାଲକୁ ଲୋକାର୍ପଣ କରିବେ।