Posted inଖେଳ

ଭାରତର ଜବରଦସ୍ତ ବିଜୟ

ଥିରୁଭାନନ୍ତପୁରମ,୨୮।୯: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଜବରଦସ୍ତ ବିଜୟ ହାସଲ କରିଛି। ୧୦୭ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇ ଥିବା ଭାରତ ମାତ୍ର ୨ ଉଇକେଟ୍ ହରାଇ ଲକ୍ଷ୍ୟ ସ୍ଥଳରେ ପହଞ୍ଚିଥିଲା। ଭାରତ ପକ୍ଷରୁ କେ.ଏଲ୍ ରାହୁଲ ୫୬ ବଲରୁ ୫୧ ଏବଂ ୩୩ ବଲରୁ ୫୦ ରନ୍ କରି ଭାରତକୁ ମ୍ଯାଚ ଜିତାଇଥିଲେ।
ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ୍‌ ହରାଇ ୧୦୬ ରନ୍‌ ସଂଗ୍ରହ କରିଥିଲା। ଦକ୍ଷିଣ ଆଫ୍ରିକା ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ମାତ୍ର ୯ ରନ୍‌ରେ ୫ଟି ଉକେଟ୍‌ ହରାଇଥିଲା। କିନ୍ତୁ କେଶବ ମହାରାଜା ଏବଂ ଓ୍ବେନ୍‌ ପାର୍ନେଲ ଦଳକୁ ଏହି ବିପର୍ଯ୍ୟୟରୁ ରକ୍ଷା କରିଥିଲେ। ମହାରାଜା ୪୧ ଏବଂ ପାର୍ନେଲ ୨୪ ରନ୍‌ କରିଥିଲେ। ଏଡେନ ମାରକ୍ରମ ୨୫ ରନ୍‌ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ଦୁଇ ଅଙ୍କ ସ୍କୋର କରି ପାରି ନ ଥିଲେ।
ଅଧିତ୍ନାୟକ ଟେମ୍ବା ବାଭୁମା ପ୍ରଥମ ଓଭରରେ ଦୀପକ ଚହରଙ୍କ ଶିକାର ହୋଇଥିଲେ। ଦ୍ୱିତୀୟ ଓଭରରେ ଦକ୍ଷିଣ ଆଫ୍ରିକାକୁ ଆଉ ତିନିଟି ଝଟକା ଲାଗିଥିଲା। ଦୀପକ ଚହର ପରେ ଅର୍ଶଦୀପ ସିଂ ଚମତ୍କାର ବୋଲିଂ କରିଥିଲେ। ଦ୍ୱିତୀୟ ଓଭରର ପ୍ରଥମ ବଲରେ ଅର୍ଶଦୀପ କ୍ୱିଣ୍ଟନ ଡି କକ, ପଞ୍ଚମ ବଲରେ ରିଲେ ରୁସୋ ଏବଂ ଶେଷ ବଲରେ ଡେଭିଡ ମିଲରଙ୍କୁ ଆଉଟ୍‌ କରିଥିଲେ। ଏହି ସମୟରେ ଦଳର ସ୍କୋର ମାତ୍ର ୮ ରନ୍‌ରେ ୪ଟି ଉଇକେଟ୍‌ ହରାଇଥିଲା। ତୃତୀୟ ଓଭରରେ ଦକ୍ଷିଣ ଆଫ୍ରିକା ପଞ୍ଚମ ଝଟକା ଦେଇଥିଲେ। ଦୀପକ ଚହର ପୁଣି ଥରେ ଟ୍ରାଇଷ୍ଟ ଷ୍ଟବ୍ସଙ୍କୁ ଆଉଟ୍‌ କରିଥିଲେ। ଦକ୍ଷିଣ ଆଫ୍ରିକାର ଚାରିଜଣ ଖେଳାଳି ଖାତା ମଧ୍ୟ ଖୋଲିପାରି ନ ଥିଲେ। ମାତ୍ର ୯ ରନ୍‌ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟ୍‌ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri