କୋବ୍ରା ବାଟାଲିୟନର ଚିତ୍ରକଳା ପ୍ରଦର୍ଶନୀ

କୋରାପୁଟ,୧୫।୫(ସ୍ବ.ପ୍ର.): କୋରାପୁଟସ୍ଥିତ ଆଞ୍ଚଳିକ ଆର୍ଟ ଗ୍ୟାଲେରିରେ ୨୦୨ କୋବ୍ରା ବାଟାଲିୟନ ପକ୍ଷରୁ ‘ଭାଇବ୍ରାଣ୍ଟ ଟ୍ରାଇବ’ ଉପରେ ଆଧାରିତ ଏକ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଯାପିତ ହୋଇଯାଇଛି। ୨୦୨ କୋବ୍ରା ବାଟାଲିୟନର କମାଣ୍ଡାଣ୍ଟ ବୃନୋ ଏ.ଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ହୋଇଥିଲା। ଏହି ଅବସରରେ ୨୪୧ ବସ୍ତରିଆ ବାଟାଲିୟନର କମାଣ୍ଡାଣ୍ଟ ପଦ୍ମ କୁମାର୍‌, ଚତୁର୍ଥ ସିଆର୍‌ପିଏଫ୍‌ ବାଟାଲିୟନର କମାଣ୍ଡାଣ୍ଟ ମନୋଜ ଯାଦବ ଅତିଥି ଭାବେ ଯୋଗ ଦେଇଥିଲେ। ଚତ୍ରକଳା ପ୍ରଦର୍ଶନୀରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲା ସମେତ ରାଜ୍ୟ ତଥା ରାଜ୍ୟ ବାହାରୁ ୨୦ଜଣ ଚିତ୍ରଶିଳ୍ପୀ ଯୋଗଦେଇ ଚିତ୍ର ଆଙ୍କି ସେଗୁଡ଼ିକୁ ପ୍ରଦର୍ଶିତ କରିଥିଲେ। ପରେ ଚିତ୍ରକଳାଗୁଡ଼ିକୁ ନିଲାମ କରାଯାଇଥିଲା।

ଏହି ଅବସରରେ ଚିତ୍ରକରଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। କୋରାପୁଟ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥିଭାବେ କୋବ୍ରା ବାଟାଲିୟନ କମାଣ୍ଡାଣ୍ଟ ବୃନୋ ଏ. ଯୋଗଦେଇ ଚିତ୍ରକରଙ୍କୁ ପ୍ରଶଂସା କରିବା ସହ ଉତ୍ସାହିତ କରିଥିଲେ। ଚିତ୍ରକଳା ନିଲାମରୁ ପ୍ରାପ୍ତ ଅର୍ଥରୁ ଅଧା ଭାଗ ଚିତ୍ରକରଙ୍କୁ ଦିଆଯିବ। ଏପରିକି ବଳକା ଅର୍ଥ ଶିଶୁମାନଙ୍କ ପାଇଁ କାର୍ଯ୍ୟ କରୁଥିବା ସଂସ୍ଥାକୁ ପ୍ରଦାନ କରାଯିବ ବୋଲି କମାଣ୍ଡାଣ୍ଟ ବୃନୋ ସୂଚନା ଦେଇଛନ୍ତି। କାଯ୍ୟକ୍ରମ ପରିଚାଳକ ଭାବେ ୨୦୨ର ସହକାରୀ କମାଣ୍ଡାଣ୍ଟ ପବନ କୁମାର ସିଂ, ସହକାରୀ କମାଣ୍ଡାଣ୍ଟ ଦକ୍ଷିଣା ମୂର୍ତ୍ତି ଯୋଗଦେଇଥିବା ବେଳେ କଳା ପରାମର୍ଶଦାତା ଏସ୍‌.ମାନସୀ ଉପସ୍ଥିତ ରହି ଚିତ୍ରକରଙ୍କୁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri