କଳାକୃତି ଗ୍ରାମରେ ହେବ ଓ୍ବାଟରପାର୍କ

ଢେଙ୍କାନାଳ ଅଫିସ,୮।୫: ଢେଙ୍କାନାଳ ଜିଲା ପର୍ଯ୍ୟଟନର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ଏହାପରେ ଜିଲା ପ୍ରଶାସନ ପକ୍ଷରୁ ଏଥିଲାଗି ତତ୍ପରତା ପ୍ରକାଶ ପାଇଛି। ବିଶେଷକରି କଳାକୃତି ଗ୍ରାମ ସଦେଇବେରେଣୀ-ନବଜୀବନପୁରକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏଠାରେ ଖୁବ୍‌ଶୀଘ୍ର ଏକ ଓ୍ବାଟରପାର୍କ ନିର୍ମାଣ କରାଯିବ। ଏଥିସହ ପର୍ଯ୍ୟଟକଙ୍କ ପାଇଁ ହର୍ସ ରାଇଡିଂ, ବୋଟିଂ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଛି।
ଢେଙ୍କାନାଳ ସଦର ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟା ନିକଟରେ ରହିଛି ଡୋକ୍ରା ହସ୍ତଶିଳ୍ପୀଙ୍କ ଗଁା ସଦେଇବେରେଣୀ-ନବଜୀବନପୁର। ଡୋକ୍ରା କାରିଗରି ପାଇଁ ପ୍ରସିଦ୍ଧ ଏହି ଗ୍ରାମର ଶିଳ୍ପୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ଏଥିଲାଗି ଜିଲା ପ୍ରଶାସନ ସହାୟତାରେ ଏଠାରେ ୬ କୋଟି ଟଙ୍କା ବ୍ୟୟରେ ବିକଶିତ କରାଯାଇଛି କଳାକୃତି ଗ୍ରାମ। ଏହାକୁ ଅଧିକ ଆକର୍ଷଣୀୟ କରି ପର୍ଯ୍ୟଟନ ଅନୁକୂଳ ବାତାବରଣ ସୃଷ୍ଟି କରିବା ଲାଗି ପ୍ରଶାସନ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି କ୍ରମରେ କଳାକୃତି ଗ୍ରାମରେ ଏକ ଓ୍ବାଟରପାର୍କ ନିର୍ମାଣ କରାଯିବ। ପୁରୀରେ ଥିବା ଓ୍ବାଟରପାର୍କ ଭଳି ଏଠାରେ ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଗ୍ରୀଷ୍ମ ଅବକାଶ ଏବଂ ପର୍ଯ୍ୟଟନ ଋତୁରେ ସପ୍ତଶଯ୍ୟାକୁ ବୁଲି ଆସୁଥିବା ଯାତ୍ରୀମାନେ ଏଠାକୁ ଆସି ଏହାର ମଜା ନେଇପାରିବେ ବୋଲି ଜିଲାପାଳ ସରୋଜ କୁମାର ସେଠୀ ସୂଚନା ଦେଇଛନ୍ତି। କେବଳ ଏତିକି ନୁହେଁ, ନିକଟ ଭବିଷ୍ୟତରେ ଏଠାରେ ହର୍ସ ରାଇଡିଂ ବ୍ୟବସ୍ଥା କରାଯିବ। ଶିକ୍ଷାନୁଷ୍ଠାନର ଏନ୍‌ସିସି କ୍ୟାଡେଟ୍‌, ସେନାରେ ଯୋଗଦେବା ଲାଗି ପ୍ରସ୍ତୁତ ହେଉଥିବା ଆଶାୟୀଙ୍କୁ ଘୋଡ଼ା ଦୌଡ଼ ତାଲିମ ଦିଆଯିବ। ପର୍ଯ୍ୟଟକମାନେ ମଧ୍ୟ ଏହାର ଲାଭ ଉଠାଇପାରିବେ। ଏଥିଲାଗି ଖୁବ୍‌ଶୀଘ୍ର ଘୋଡ଼ା ଏବଂ ପ୍ରଶିକ୍ଷକ ଆଣିବା ବ୍ୟବସ୍ଥା କରାଯାଉଥିବା ଜଣାପଡ଼ିଛି। କଳାକୃତି ଗ୍ରାମ ପରିସରରେ ବୋଟିଂ ସୁବିଧା ମଧ୍ୟ କରାଯିବାକୁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି।
ସୂଚନାଯୋଗ୍ୟ, ୬ କୋଟି ଟଙ୍କା ବ୍ୟୟରେ ନିର୍ମିତ କଳାକୃତି ଗ୍ରାମ ଅବହେଳିତ ଅବସ୍ଥାରେ ପଡ଼ିରହିଥିଲା। ଏହାକୁ ନେଇ ଅସନ୍ତୋଷ ବଢ଼ିବା ପରେ ପ୍ରଶାସନ ଏହାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନେଇଛି। ଏଠାରେ ଡୋକ୍ରା କାରିଗର, ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ଉତ୍ପାଦିତ ହସ୍ତଶିଳ୍ପ ପ୍ରଦର୍ଶନ ବ୍ୟବସ୍ଥା କରାଯାଇଛି। ଏଠାରେ ଥିବା ଅତ୍ୟାଧୁନିକ ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏଭଳି ଅଭିନବ ପଦକ୍ଷେପ ଦ୍ୱାରା କଳାକୃତି ଗ୍ରାମ ପ୍ରତି ପର୍ଯ୍ୟଟକ ଆକୃଷ୍ଟ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri