ମକର ସଂକ୍ରାନ୍ତିରେ ଖୋର୍ଦ୍ଧା ଉପଖଣ୍ଡର ସମସ୍ତ ଦେବାଳୟରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୧୪ା୧: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ସମସ୍ତ ଦେବାଳୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଉପଜିଲାପାଳ ଆଇ.ଗୌରବ ଶିବାଜୀ ଏହି ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଦେବାଳୟରେ ୧୪୪ଧାରା ଜାରି କରିଛନ୍ତି। ଏଥିସହ ଅଟ୍ରିରେ ମକର ମେଳା ଏବଂ ଉଷ୍ମ ପ୍ରସ୍ରବଣରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଫଳରେ ଚଳିତ ବର୍ଷ ଅଟ୍ରିରେ ମକର ମେଳା ଫିକା ପଡିଛି। ମକର ସଂକ୍ରାନ୍ତିରେ ଶ୍ରଦ୍ଧାଳୁମାନେ ଉଷ୍ମ ପ୍ରସ୍ରବଣରେ ବୁଡ଼ ପକାଇବା ସହ ଏକାଦଶରୁଦ୍ର ହଟ୍ଟେକେଶ୍ୱରଙ୍କ ଦର୍ଶନ ଲାଭ କରିଥାନ୍ତି। ଚଳିତବର୍ଷ ହଟ୍ଟକେଶ୍ୱରଙ୍କ ଦର୍ଶନ ଉପରେ କଟକଣା ରହିଛି। କେବଳ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ମକର ସଂକ୍ରାନ୍ତି ପୂଜାର୍ଚ୍ଚନା, ରୀତିନୀତି ପାଳନ କରିବାକୁ ଉପଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବେଗୁନିଆ ତହସିଲଦାର ପବିତ୍ର ମଣ୍ଡଳଙ୍କୁ ମାଜିଷ୍ଟ୍ରେଟ ଭାବେ ନିଯୁକ୍ତ ଦେଇଥିବା ବେଳେ ଅଟ୍ରିରେ କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ ଲାଗି ବାଘମାରୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଭକ୍ତଙ୍କ ମଧ୍ୟରେ ନିରାଶଭାବ ଖେଳିଯାଇଛି। ପ୍ରତିବର୍ଷ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଶ୍ରଦ୍ଧାଳୁ ଏଠାକୁ ଆସିଥାନ୍ତି। କରୋନା କଟକଣା ଯୋଗୁ ଚଳିତ ବର୍ଷ ଅଟ୍ରି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri