ମକର ସଂକ୍ରାନ୍ତିରେ ଖୋର୍ଦ୍ଧା ଉପଖଣ୍ଡର ସମସ୍ତ ଦେବାଳୟରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୧୪ା୧: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପବିତ୍ର ମକର ସଂକ୍ରାନ୍ତିରେ ସମସ୍ତ ଦେବାଳୟରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଉପଜିଲାପାଳ ଆଇ.ଗୌରବ ଶିବାଜୀ ଏହି ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଦେବାଳୟରେ ୧୪୪ଧାରା ଜାରି କରିଛନ୍ତି। ଏଥିସହ ଅଟ୍ରିରେ ମକର ମେଳା ଏବଂ ଉଷ୍ମ ପ୍ରସ୍ରବଣରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଫଳରେ ଚଳିତ ବର୍ଷ ଅଟ୍ରିରେ ମକର ମେଳା ଫିକା ପଡିଛି। ମକର ସଂକ୍ରାନ୍ତିରେ ଶ୍ରଦ୍ଧାଳୁମାନେ ଉଷ୍ମ ପ୍ରସ୍ରବଣରେ ବୁଡ଼ ପକାଇବା ସହ ଏକାଦଶରୁଦ୍ର ହଟ୍ଟେକେଶ୍ୱରଙ୍କ ଦର୍ଶନ ଲାଭ କରିଥାନ୍ତି। ଚଳିତବର୍ଷ ହଟ୍ଟକେଶ୍ୱରଙ୍କ ଦର୍ଶନ ଉପରେ କଟକଣା ରହିଛି। କେବଳ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ମକର ସଂକ୍ରାନ୍ତି ପୂଜାର୍ଚ୍ଚନା, ରୀତିନୀତି ପାଳନ କରିବାକୁ ଉପଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବେଗୁନିଆ ତହସିଲଦାର ପବିତ୍ର ମଣ୍ଡଳଙ୍କୁ ମାଜିଷ୍ଟ୍ରେଟ ଭାବେ ନିଯୁକ୍ତ ଦେଇଥିବା ବେଳେ ଅଟ୍ରିରେ କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ ଲାଗି ବାଘମାରୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଭକ୍ତଙ୍କ ମଧ୍ୟରେ ନିରାଶଭାବ ଖେଳିଯାଇଛି। ପ୍ରତିବର୍ଷ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଶ୍ରଦ୍ଧାଳୁ ଏଠାକୁ ଆସିଥାନ୍ତି। କରୋନା କଟକଣା ଯୋଗୁ ଚଳିତ ବର୍ଷ ଅଟ୍ରି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?