୧୪ ଶୈବପୀଠରେ ୧୪୪ ଧାରା

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳର ସମସ୍ତ ଶୈବପୀଠରେ କାଉଡ଼ିଆଙ୍କ ଶ୍ରାବଣ ସୋମବାର ଜଳଲାଗିକୁ ନିଷେଧ କରାଯାଇଛି। ଜୁଲାଇ ୫, ୬, ୧୨, ୧୩, ୧୯, ୨୦,୨୬,୨୭, ଏବଂ ଅଗଷ୍ଟ ୨ ଓ ୩ ତାରିଖରେ କଟକଣା ସ୍ବରୂପ ଜିଲାର ପ୍ରମୁଖ ୧୪ ଶୈବପୀଠରେ ୧୪୪ ଧାରା ଜାରି କରାଯାଇଛି। କପିଳାସସ୍ଥିତ ଶ୍ରୀଚନ୍ଦ୍ରଶେଖରଜୀଉ, ଲତାଦେଈପୁରର ଉନ୍ନକୋଟିଶ୍ୱର, ଓଡ଼ାପଡ଼ା ବ୍ଲକ ନାଧରାର ମା’ ରାମଚଣ୍ଡୀ-କନକେଶ୍ୱର, ସଦର ବ୍ଲକ ବଡ଼ନାଗେନାର ନାଗନାଥଶ୍ୱର, ଗଙ୍ଗାଧରପ୍ରସାଦର ପଶ୍ଚିମେଶ୍ୱର, କାମାକ୍ଷାନଗର ବ୍ଲକ ତେନ୍ତୁଳିସିଙ୍ଗାର ରାମେଶ୍ୱର, ହାଟୁଆରିର କପିଳେଶ୍ୱର, ଶିବୁଳାପଶିର ସ୍ବପ୍ନେଶ୍ୱର, ଭୁବନର ବୁଦ୍ଧେଶ୍ୱର, ପରଜଙ୍ଗ ବ୍ଲକ କୁଆଳୋର ସ୍ବପ୍ନେଶ୍ୱର, ହିନ୍ଦୋଳ ବ୍ଲକ ରଞ୍ଜାଗୋଳ ଶୈବପୀଠ, ରକଲାର ଉଦ୍ଦେଶ୍ୱର, ମହାତଳାର ମାତଳେଶ୍ୱର, ଚିତ୍ତଳପୁରର ଉଗ୍ରେଶ୍ୱର ମହାଦେବଙ୍କ ପୀଠରେ ଏହି କଟକଣା ଜାରି କରାଯାଇଛି। ଏ ସଂକ୍ରାନ୍ତରେ ସମସ୍ତ ଉପଜିଲାପାଳ ଏବଂ ଦେବୋତ୍ତର ଅଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri