କଳାକୃତି ଗ୍ରାମକୁ ଅଧିକ ଆକର୍ଷଣୀୟ କର

ଢେଙ୍କାନାଳ ଅଫିସ,୧୩ା୧୨: କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ତଥା ସଂସ୍କୃତି ମନ୍ତ୍ରାଳୟର ସଚିବ ରଞ୍ଜନା ଚୋପ୍ରା ନୀତି ଆୟୋଗ ଦ୍ୱାରା ୨୦୧୮ ମସିହାରୁ କାର୍ଯ୍ୟକାରୀ ହେଉଥିବା ଆକାଂକ୍ଷା ଜିଲା ଢେଙ୍କାନାଳକୁ ସୋମବାର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ମଧ୍ୟାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ସେ ଆକାଂକ୍ଷା ଜିଲା ଅନ୍ତର୍ଗତ କାର୍ଯ୍ୟକ୍ରମର ମମତା ଯୋଜନାରେ ଗର୍ଭବତୀ ମହିଳା ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ପୁଷ୍ଟି ସାଧନ, ଯକ୍ଷ୍ମା ନିରାକରଣ, ପଶୁପାଳନ ଓ ସେମାନଙ୍କ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥା, ବିଦ୍ୟାଳୟଗୁଡ଼ିକରେ ଶୌଚାଳୟ, ପାନୀୟଜଳ ଓ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା, କ୍ଷୁଦ୍ର ଜଳସେଚନ, ମୃତ୍ତିକା ପରୀକ୍ଷା ଓ ସଂରକ୍ଷଣ, ଫଳ ଓ ପନିପରିବା ଚାଷ, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାର କାର୍ଯ୍ୟକାରିତା, ଗ୍ରାମ ପଞ୍ଚାୟତରେ ଇଣ୍ଟରନେଟ ବ୍ୟବସ୍ଥା ଏବଂ ସ୍ଥାୟୀ ରାସ୍ତା ନିର୍ମାଣ ଆଦିର ସମୀକ୍ଷା କରିଥିଲେ। ରାଜ୍ୟର ୧୦ଟି ଆକାଂକ୍ଷା ଜିଲା ମଧ୍ୟରୁ ଢେଙ୍କାନାଳ ତୃତୀୟ ସ୍ଥାନ ଅଧିକାର କରିଥିବା କେନ୍ଦ୍ରୀୟ ପ୍ରଭାରୀ କହିଥିଲେ। ଏହି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ସରୋଜ କୁମାର ସେଠୀ, ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ ଯୋଜନା, ଅପହଞ୍ଚ ଅଞ୍ଚଳକୁ ଯୋଗାଯୋଗ ନିମନ୍ତେ ସୁଗମ କାର୍ଯ୍ୟକ୍ରମ, ଜନସାଧାରଣଙ୍କ ସମସ୍ୟା ଦୂର ନିମନ୍ତେ ସମାଧାନ କାର୍ଯ୍ୟକ୍ରମ, ସାକ୍ଷରତା ବୃଦ୍ଧି ପାଇଁ ଇଚ୍‌ ୱାନ୍‌ ଟିଚ୍‌ ୱାନ୍‌ କାର୍ଯ୍ୟକ୍ରମ, ବିଭିନ୍ନ ଭତ୍ତା ପ୍ରଦାନ ନିମନ୍ତେ ଭରସା ଯୋଜନା, ବାଲ୍ୟ ବିବାହ ରୋକିବା, ଶିଶୁ ଶ୍ରମିକ ଉଚ୍ଛେଦ, ପ୍ରତି ପଞ୍ଚାୟତରେ ତିଆରି ହେଉଥିବା ପ୍ରଶସ୍ତ ମାଟିରାସ୍ତା, ମଡେଲ ପୋଖରୀ, ରୁରାଲ ପାର୍କ, ଖେଳ ପଡିଆ ଆଦି ସମ୍ପର୍କରେ କେନ୍ଦ୍ରୀୟ ପ୍ରଭାରୀଙ୍କୁ ଅବଗତ କରାଇଥିଲେ। କେନ୍ଦ୍ରୀୟ ପ୍ରଭାରୀ ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତର ସଦେଇବେରେଣୀ ନବଜୀବନପୁର କଳାକୃତି ଗ୍ରାମ ପରିଦର୍ଶନ କରି ଏହାକୁ ଯଥାଶୀଘ୍ର କାର୍ଯ୍ୟକାରୀ କରି ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ପରାମର୍ଶ ଦେଇଥିଲେ। ଏଥିପୂର୍ବରୁ ପୂର୍ବାହ୍ନରେ କେନ୍ଦ୍ରୀୟ ପ୍ରଭାରୀ ଢେଙ୍କାନାଳ ସହରସ୍ଥିତ ବ୍ରଜନାଥ ବଡଜେନା ଶତାୟୁ ଶିକ୍ଷାନୁଷ୍ଠାନ ପରିଦର୍ଶନ କରି ସ୍ମାର୍ଟକ୍ଲାସ ଏବଂ ବନ ବିଦ୍ୟାଳୟରେ ହେଉଥିବା ପାଠପଢା ଦେଖି ସନ୍ତୋଷବ୍ୟକ୍ତ କରିଥିଲେ। ଶିକ୍ଷା ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି, ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ଏବଂ ପିଲାମାନଙ୍କ ସହିତ ଆଲୋଚନା କରିଥିଲେ। ପରେ ପୌରାଞ୍ଚଳର କାଠଗଡା ଆନନ୍ଦନଗରଠାରେ ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ବୁଲି ଦେଖିବା ସହିତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀଙ୍କ ସହିତ ସ୍ବାସ୍ଥ୍ୟକେନ୍ଦ୍ରର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରିଥିଲେ। କେନ୍ଦ୍ରୀୟ ପ୍ରଭାରୀଙ୍କ ଏହି ପରିଦର୍ଶନ ସମୟରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ, ଯୋଜନା ଓ ପରିସଂଖ୍ୟାନ ବିଭାଗ ଉପନିର୍ଦ୍ଦେଶକ ସରୋଜ କୁମାର ସେଠୀ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?