ସୁଜିୟୁରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କର୍ମଶାଳା

ଭୁବନେଶ୍ୱର,୧୧।୪: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସି ଭି ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ରେ ଜି-୨୦ ଶୀର୍ଷକ ଅବସରରେ ସି ଭି ରମଣ ଗ୍ଲୋବାଲ୍‌ ୟୁନିଭରସିଟି ପରିସରରେ ଏକ ଦିନିକିଆ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ବକ୍ତା ତଥା ଇନୋଭାରେ କର୍ପୋରେଶନ୍‌ର ସହ-ପ୍ରତିଷ୍ଠାତା ତଥା ସିଟିଓ ମୋହର ମନୋହର ମିଶ୍ର, ବାଟୋଇ ସିଷ୍ଟମର ନିର୍ଦ୍ଦେଶକ ତଥା ସିଇଓ ଅଶ୍ୱିନୀ ରଥ ଏବଂ ୟୁନିଭଏଆଇର ସହ-ପ୍ରତିଷ୍ଠାତା ତଥା ସିଇଓ ଡକ୍ଟର ସିଦ୍ଧାର୍ଥ ଦାସ ପ୍ରମୁଖ ଯୋଗ ଦେଇ ଭବିଷ୍ୟତରେ ମଣିଷଜାତିର ବିକାଶ ଦିଗରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପଯୋଗିତା ଉପରେ ବିସ୍ତୃତ ବକ୍ତୃତା ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାର ବିଭିନ୍ନ ଆଇଟିଆଇ ଏବଂ ପଲିଟେକ୍ନିକ୍ସର ଛାତ୍ରମାନେ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଦ୍ୱାରା ଏକ ଆଙ୍କର୍‌ ପ୍ରତିଷ୍ଠାନ ଭାବେ ପରିଚିତ ଭୁବନେଶ୍ୱରର ସି ଭି ରମଣ ଗ୍ଲୋବାଲ ୟୁନିଭରସିଟି, ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାରେ ଭାରତର ଜି ୨୦ ପ୍ରେସିଡେନ୍ସି ସହିତ ଅଂଶଗ୍ରହଣ ଏବଂ ମାଲିକାନା ସମ୍ବନ୍ଧୀୟ ଜନସଚେତନତା କାର୍ଯକ୍ରମ ଆୟୋଜିତ ହୋଇଯାଇଛି। ଉପରୋକ୍ତ ଜିଲା ଓ ଅନୁଷ୍ଠାନରେ ପ୍ରବନ୍ଧ, କୁଇଜ୍‌, ସ୍ଲୋଗାନ୍‌ ଲେଖା, ବର୍ଣ୍ଣନା ଏବଂ ରଙ୍ଗୋଲି ଭଳି ବିଭିନ୍ନ କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯାନର ଏକ ଅଂଶ ଭାବେର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ସୋମବାର ଏକ ଆଲୋଚନ ଚକ୍ର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ଭବିଷ୍ୟତରେ ସୁଯୋଗ ଏବଂ ଆହ୍ବାନ ଶୀର୍ଷକ ସେମିନାର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ସି ଭି ରମଣ ଗ୍ଲୋବାଲ ୟୁନିଭରସିଟିର କୁଳପତି ପ୍ରଫେସର ସୁଧୀନ୍ଦ୍ର ନାଥ ପଣ୍ଡା ଉଦଘାଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ର ଯେପରିକି ଦକ୍ଷତା କ୍ଷେତ୍ର, ଷ୍ଟାର୍ଟ ଅପ୍‌, ଏଆଇ ଓ ବିଭିନ୍ନ କଲେଜ ଛାତ୍ରୀଛାତ୍ର ତଥା ଇଣ୍ଡଷ୍ଟ୍ରି ସମୂହରୁ ୨୫୦ରୁ ଅଧିକ ବ୍ୟକ୍ତି ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri