ସୁଜିୟୁରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କର୍ମଶାଳା

ଭୁବନେଶ୍ୱର,୧୧।୪: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସି ଭି ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ) ରେ ଜି-୨୦ ଶୀର୍ଷକ ଅବସରରେ ସି ଭି ରମଣ ଗ୍ଲୋବାଲ୍‌ ୟୁନିଭରସିଟି ପରିସରରେ ଏକ ଦିନିକିଆ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଶିଷ୍ଟ ବକ୍ତା ତଥା ଇନୋଭାରେ କର୍ପୋରେଶନ୍‌ର ସହ-ପ୍ରତିଷ୍ଠାତା ତଥା ସିଟିଓ ମୋହର ମନୋହର ମିଶ୍ର, ବାଟୋଇ ସିଷ୍ଟମର ନିର୍ଦ୍ଦେଶକ ତଥା ସିଇଓ ଅଶ୍ୱିନୀ ରଥ ଏବଂ ୟୁନିଭଏଆଇର ସହ-ପ୍ରତିଷ୍ଠାତା ତଥା ସିଇଓ ଡକ୍ଟର ସିଦ୍ଧାର୍ଥ ଦାସ ପ୍ରମୁଖ ଯୋଗ ଦେଇ ଭବିଷ୍ୟତରେ ମଣିଷଜାତିର ବିକାଶ ଦିଗରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପଯୋଗିତା ଉପରେ ବିସ୍ତୃତ ବକ୍ତୃତା ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାର ବିଭିନ୍ନ ଆଇଟିଆଇ ଏବଂ ପଲିଟେକ୍ନିକ୍ସର ଛାତ୍ରମାନେ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଦ୍ୱାରା ଏକ ଆଙ୍କର୍‌ ପ୍ରତିଷ୍ଠାନ ଭାବେ ପରିଚିତ ଭୁବନେଶ୍ୱରର ସି ଭି ରମଣ ଗ୍ଲୋବାଲ ୟୁନିଭରସିଟି, ଢେଙ୍କାନାଳ ଏବଂ ବାଲେଶ୍ବର ଜିଲାରେ ଭାରତର ଜି ୨୦ ପ୍ରେସିଡେନ୍ସି ସହିତ ଅଂଶଗ୍ରହଣ ଏବଂ ମାଲିକାନା ସମ୍ବନ୍ଧୀୟ ଜନସଚେତନତା କାର୍ଯକ୍ରମ ଆୟୋଜିତ ହୋଇଯାଇଛି। ଉପରୋକ୍ତ ଜିଲା ଓ ଅନୁଷ୍ଠାନରେ ପ୍ରବନ୍ଧ, କୁଇଜ୍‌, ସ୍ଲୋଗାନ୍‌ ଲେଖା, ବର୍ଣ୍ଣନା ଏବଂ ରଙ୍ଗୋଲି ଭଳି ବିଭିନ୍ନ କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯାନର ଏକ ଅଂଶ ଭାବେର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ସୋମବାର ଏକ ଆଲୋଚନ ଚକ୍ର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ଭବିଷ୍ୟତରେ ସୁଯୋଗ ଏବଂ ଆହ୍ବାନ ଶୀର୍ଷକ ସେମିନାର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ସି ଭି ରମଣ ଗ୍ଲୋବାଲ ୟୁନିଭରସିଟିର କୁଳପତି ପ୍ରଫେସର ସୁଧୀନ୍ଦ୍ର ନାଥ ପଣ୍ଡା ଉଦଘାଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ର ଯେପରିକି ଦକ୍ଷତା କ୍ଷେତ୍ର, ଷ୍ଟାର୍ଟ ଅପ୍‌, ଏଆଇ ଓ ବିଭିନ୍ନ କଲେଜ ଛାତ୍ରୀଛାତ୍ର ତଥା ଇଣ୍ଡଷ୍ଟ୍ରି ସମୂହରୁ ୨୫୦ରୁ ଅଧିକ ବ୍ୟକ୍ତି ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri