ୟୁରିଆ ସାରର କୃତ୍ରିମ ଅଭାବ, ଚାଷୀଙ୍କ ଭିଡ଼ ପାଇଁ ଅପ୍ରୀତିକର ପରିସ୍ଥିତି

ଅମରପାଲି,୮ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ପିତାମହୁଲ ପ୍ରାଥମିକ କୃଷି ସେବା ସମବାୟ ସମିତିରେ ରବିବାର ୟୁରିଆ ବିକ୍ରି ବେଳେ ଚାଷୀଙ୍କ ମାତ୍ରାଧିକ ଭିଡ ଯୋଗୁ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ଫଳରେ ୟୁରିଆ ବିକ୍ରି ହୋଇପାରି ନ ଥିଲା। ପରେ ଏନେଇ ସୁବଳୟା ପୋଲିସକୁ ଖବର ଦିଆଯାଇଥିଲା। ସୁବଳୟା ଥାନା ଅଧିକାରୀ ସୁଶାନ୍ତ ପ୍ରଧାନଙ୍କ ତତ୍ତ୍ୱାବଧାନରେ ପୋଲିସ ଟିମ୍‌ ଘଟଣାସ୍ଥଳକୁ ଆସି ସ୍ଥିତି ନିୟନ୍ତ୍ରଣ କରିଥିଲା। ଏବେ ବୀରମହାରାଜପୁର ସମେତ ସମଗ୍ର ସୁବର୍ଣ୍ଣପୁର ଜିଲାରେ ୟୁରିଆର କୃତ୍ରିମ ଅଭାବ ଦେଖାଦେଇଛି। ଏହାର ସୁଯୋଗ ନେଇ କେତେକ ବ୍ୟବସାୟୀ କଳାବଜାର କରୁଛନ୍ତି।
ଅଞ୍ଚଳରେ ୟୁରିଆ ଆବଶ୍ୟକତାକୁ ପୂରଣ କରିବା ପାଇଁ ବ୍ଲକର ପିତାମହୁଲ ପ୍ରାଥମିକ କୃଷି ସେବା ସମବାୟ ସମିତିକୁ ତିନି ଶହ ପ୍ୟାକେଟ ୟୁରିଆ ଆସିଥିଲା। ଏହି ପ୍ୟାକ୍ସରେ ପୂର୍ବରୁ ଦୁଇ ଶହ ପଚାଶ ପ୍ୟାକେଟ ୟୁରିଆ ଥିଲା। ଫଳରେ ସମୁଦାୟ ୫ଶହ ୫୦ ପ୍ୟାକେଟ ୟୁରିଆ ବିକ୍ରି ହେବାକୁ ଥିବା ବେଳେ ଉକ୍ତ ପ୍ୟାକ୍ସକୁ ପ୍ରାୟ ଦୁଇ ହଜାରରୁ ଅଧିକ ଚାଷୀ ୟୁରିଆ ନେବା ପାଇଁ ଆସିଥିଲେ। ଫଳରେ ସମସ୍ତ ଚାଷୀ ୟୁରିଆ ନ ପାଇ ପ୍ୟାକ୍ସ ଆଗରେ ଅପ୍ରୀତିକର ପରିସ୍ଥିତି ଦେଖାଦେଇଥିଲା। ପରବର୍ତ୍ତୀ ସମୟରେ ପୋଲିସ ଉପସ୍ଥିତିରେ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୟୁରିଆ ବିକ୍ରି କରାଯାଇଥିଲା। ଏନେଇ ପିତାମହୁଲ ପ୍ୟାକ୍ସର ସମ୍ପାଦକ ହିମାଂଶୁ ପ୍ରଧାନଙ୍କୁ ପଚାରିବାରୁ ଆମ ପ୍ୟାକ୍ସକୁ ୩ଶହ ପ୍ୟାକେଟ୍‌ ୟୁରିଆ ଆସିଥିବା ବେଳେ ଅଧିକ ଚାଷୀ ଆସିବାରୁ ଭିଡ଼ ହୋଇଥିଲା। ପରେ ପୋଲିସ ଉପସ୍ଥିତିରେ ଆଧାର କାର୍ଡ ଦେଖି ପ୍ରତି ଚାଷୀଙ୍କୁ ଗୋଟିଏ ଲେଖାଏ ପ୍ୟାକେଟ ୟୁରିଆ ଦିଆଯାଇଛି ବୋଲି ପ୍ରକାଶ କରିଛନ୍ତି। ସେହିପରି ଖଣ୍ଡହତା ପ୍ୟାକ୍ସରେ ମଧ୍ୟ ୟୁରିଆ ନେବାକୁ ହଜାର ହଜାର ଲୋକ ଆସିଥିଲେ। ୟୁରିଆ ବିକ୍ରି ବେଳେ ପ୍ୟାକ୍ସ ବାହାରେ କେତେକ ଚାଷୀଙ୍କ ମଧ୍ୟରେ ଯୁକ୍ତିତର୍କ ହେବା ସହିତ ଗଣ୍ଡଗୋଳ ହୋଇଥିବା ମଧ୍ୟ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri