ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ଚିତ୍ରଶିଳ୍ପୀ କ୍ରୀତିକ୍ରିଷ୍ଣା

ଧାମନଗର,୧୫ା୩ (ସନ୍ତୋଷ କୁମାର ମହାପାତ୍ର):ପିଲାଟି ବେଳୁ ଚିତ୍ରକଳା ପ୍ରତି ତାଙ୍କର ଅହେତୁକ ଦୁର୍ବଳତା ଥିଲା। ଧୀରେ ଧୀରେ ଏଥିପ୍ରତି ଆଗ୍ରହ ବଢ଼ିବା ସହ ଜୀବନ୍ତ ଚିତ୍ର ଆଙ୍କି ପ୍ରଶଂସା ସାଉଣ୍ଟିଥିଲେ। ଆଉ ଏହି ପ୍ରତିଭା ତାଙ୍କୁ ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ଦେଇଛି। ବ୍ଲକସ୍ତରରୁ ଜିଲା, ରାଜ୍ୟ ଓ ଜାତୀୟ ସ୍ତରରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ଲାଭ କରିବା ସହ ଅନ୍ତର୍ଜାତୀୟସ୍ତରରେ ଭାଗ ନେଇ ମଧ୍ୟ ସଫଳତା ହାସଲ କରିଛନ୍ତି। ଏହି ପ୍ରତିଭା ଯୋଗୁ ଏବେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌-୨୦୨୪ରେ ସ୍ଥାନ ପାଇ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ କଟସାହି ପଞ୍ଚାୟତ ବଉଳନାଳି ଶାସନର ଚିତ୍ରଶିଳ୍ପୀ କ୍ରୀତିକ୍ରିଷ୍ଣା ପଣ୍ଡା(୧୯)।ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ରମାନାଥ ପଣ୍ଡାଙ୍କ ଅଣନାତୁଣୀ, ଆଇନଜୀବୀ ସ୍ନେହାଶିଷ ପଣ୍ଡା ଓ ଶାଖା ଡାକ ଅଧିକାରିଣୀ ତିଳୋତ୍ତମା ମିଶ୍ରଙ୍କ ବଡ଼ଝିଅ କ୍ରୀତିକ୍ରିଷ୍ଣା। ସେ ଏବେ ଭଦ୍ରକ ଚାରୁ ଓ କାରୁକଳା ମହାବିଦ୍ୟାଳୟରେ ଡିଗ୍ରୀର ଦ୍ୱିତୀୟ ବର୍ଷ ଛାତ୍ରୀ। ଜଣେ ସଫଳ ଚିତ୍ରଶିଳ୍ପୀ ହେବା ପାଇଁ ସେ ଅକ୍ଳାନ୍ତ ଉଦ୍ୟମ ଜାରି ରଖିଛନ୍ତି। ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ସମୟରେ ଶ୍ରୀରାମଙ୍କ ଚିତ୍ର ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣିଥିଲେ। ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଥିବାବେଳେ ଗତ ୧୨ ତାରିଖରେ ହରିୟାଣା ଫରିଦାବାଦରୁ ଡାକ ଯୋଗେ ଆସିଥିବା ମେଡାଲ ତାଙ୍କ ପାଖରେ ପହଞ୍ଚତ୍ଛି। ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଥିବାବେଳେ ଆଗକୁ ଚିତ୍ର ମାଧ୍ୟମରେ କୁସଂସ୍କାର, ନାରୀ ନିର୍ଯାତନା ଆଦିକୁ ରୋକିବା ନେଇ ଚେଷ୍ଟା କରିବେ ବୋଲି କ୍ରୀତିକ୍ରିଷ୍ଣା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri