ବଢ଼ିଲା କଳାକାର ସହାୟତା ରାଶି, ମାସକୁ ୨୫୦୦ ଟଙ୍କା ସହାୟତା

ଭୁବନେଶ୍ଵର, ୧୪।୨: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି ।

ଏହି ନୂଆ ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଳାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ମାନେ ଦାବି ଉପସ୍ଥାପନ କରିଥିଲେ ।

ଏହା ବ୍ଯତୀତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ 5T ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ ।

ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା । ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ ।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି ।

ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି ।

ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ ।

ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?