ବାଦ୍ୟର ତାଳେତାଳେ ଝୁମିଲେ କଳାକାର-ଜନତା

ବଲାଙ୍ଗୀର,୧ା୧୧(ସୁନୀଲ କୁମାର ମହାନ୍ତି): ପଞ୍ଚମ ‘ବଲାଙ୍ଗୀର ଦିନ’ ଉତ୍ସବ ପାଳନ ଶନିବାର ସାଂସ୍କୃତିକ ଶୋଭାଯାତ୍ରାରୁ ଆରମ୍ଭ ହୋଇଯାଇଛି। ‘ବଲାଙ୍ଗୀର ଦିନ’ ଆଯୋଜକ ସମିତି ଅଧ୍ୟକ୍ଷ ଗୋପାଲଜୀ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୂର୍ବାହ୍ନ ସାଢ଼େ ୧୧ଟାରୁ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡ଼ିଆରୁ ସାଂସ୍କୃତିକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା । ଏହି ଶୋଭାଯାତ୍ରାରେ ଜିଲାର ବିଭିନ୍ନ ସ୍ଥାନରୁ ଆସିଥିବା ସାଂସ୍କୃତିକ ଦଳ, ବିଭିନ୍ନ ସଙ୍ଗଠନର ପ୍ରତିନିଧି, ରାଜନେତା, ଜନପ୍ରତିନିଧିଙ୍କ ସହ ଜନସାଧାରଣ ସାମିଲ ଥିଲେ। ଏହି ଉପଲକ୍ଷେ ଆୟୋଜିତ ରଙ୍ଗାରଙ୍ଗ ସାଂସ୍କୃତିକ ଶୋଭାଯାତ୍ରାରେ ବଲାଙ୍ଗୀର ମ୍ୟୁନିସିପାଲିଟି ଚେୟାରମେନ ଲିକା ସାହୁ, ସଦର ବ୍ଲକ୍‌ ଅଧ୍ୟକ୍ଷା ସରିତା ବାଗ ଉପସ୍ଥିତ ରହି ସହର ପରିକ୍ରମା କରିଥିଲେ। କୋଶଳ କଳା ମଣ୍ଡଳ ପଡ଼ିଆରୁ ସାଂସ୍କୃତିକ ଶୋଭାଯାତ୍ରା ବାହାରି ଭାଗିରଥି ଛକ, ପତିତପାବନ ଏକାଡେମୀ ଛକ, ବିକ୍ରମ ଛକ, ଡେଲି ମାର୍କେଟ, ସମଲେଶ୍ୱରୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, ମହାଦେବ ମନ୍ଦିର ଛକ, ପାଟଣା ହୋଟେଲ ଛକ, ମେନ୍‌ ମାର୍କେଟ ଦେଇ କୋଶଳ କଳାମଣ୍ଡଳ ପଡିଆକୁ ଫେରିଥିଲା। ଦେବୀ ସମଲେଶ୍ବରୀ, ଦେବୀ ପାଟଣେଶ୍ୱରୀ ଓ ଦୁର୍ଗା ମନ୍ଦିରରେ ପୂଜାର୍ଚ୍ଚନା ପରେ ସେଠାରୁ ଦୀପ ଧରି ପୌରାଧ୍ୟକ୍ଷା ଲିକା ସାହୁ କଳାକାରମାନଙ୍କ ସହ କଳାମଣ୍ଡଳ ପଡ଼ିଆକୁ ଫେରିଥିଲେ। ସେଠାରେ ମଞ୍ଚ ପୂଜା ଅନୁଷ୍ଠିତ ହୋଇଥିଲା। ସାଂସ୍କୃତିକ ଶୋଭାଯାତ୍ରାରେ ସୁଦପଡ଼ା ଘଣ୍ଟପାର୍ଟି, ଦୁଲଦୁଲି ଓ ଡିଜେ ଓ ବିଭିନ୍ନ ସାଂସ୍କୃତିକ ଦଳ ସାମିଲ ହୋଇଥିବା ବେଳେ ବାଦ୍ୟର ତାଳେ ତାଳେ ଝୁମିଥିଲେ କଳାକାର ଓ ଜନତା।

୧୯୪୭ ଅଗଷ୍ଟ ୧୫ରେ ଦେଶ ସ୍ବାଧୀନ ହେବା ବେଳକୁ ଅଧୁନାତନ ବଲାଙ୍ଗୀର ଜିଲା ପୂର୍ବତନ ପାଟଣା ଷ୍ଟେଟ୍‌ ନାଁରେ ପରିଚିତ ଥିଲା। ୧ ନଭେମ୍ବର ୧୯୪୯ରେ ଉଭୟ ବଲାଙ୍ଗୀର ଷ୍ଟେଟ୍‌ ଏବଂ ସୋନପୁର ଷ୍ଟେଟ୍‌କୁ ଏକାଠି କରି ବଲାଙ୍ଗୀର ଜିଲା ଗଠନ କରାଯାଇଥିଲା। ସେହି ଦିନଠାରୁ ଉକ୍ତ ଦିନକୁ ବଲାଙ୍ଗୀର ଦିନ ଭାବେ ସ୍ମରଣ କରାଯାଇ ଗତ ୫ ବର୍ଷ ହେଲା ଏହି ଉତ୍ସବ ପାଳନ କରାଯାଇ ଆସୁଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?