ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ ନିଆଯିବା ନେଇ ବିଡିଓ  ରଞ୍ଜନ କୁମାର ପରିଡା  ପ୍ରତିଶୃତି ଦେବା ପରେ ଧାରଣା ପ୍ରତ୍ୟାହୃତ କରାଯାଇଥିଲା।

ତଥାପି ଧାରଣାରତ କଳାକାରମାନଙ୍କର ପ୍ରତିବାଦ ଶୈଳୀ ନିଆରା ଥିଲା। ସୋମବାର ସେମାନେ ପାଲା ପରିବେଷଣ ମାଧ୍ୟମରେ ଦୁର୍ନୀତି ବିରୋଧରେ ଆପତ୍ତି ଜଣାଇଥିଲେ। ପାଲା ମାଧ୍ୟମରେ ସେମାନେ ଦୁର୍ନୀତିର ଢାକଣା ଖୋଲି ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ବିଭିନ୍ନ ରାଜନୈତିକ ନେତା ଓ ସରକାରୀ ଅଧିକାରୀଙ୍କୁ ନିବେଦନ କରିଥିଲେ।

କିଛି ସମୟ ପର୍ଯ୍ୟନ୍ତ ବ୍ଲକ ପରିସର ମୃଦଙ୍ଗ, ଝାଞ୍ଜ ଓ କାଠିର ଶବ୍ଦରେ ମୁଗ୍ଧମୟ ହୋଇଯାଇଥିଲା।ବିଡିଓ ରଞ୍ଜନ କୁମାର ପରିଡା କହିଛନ୍ତି ଯେ, କଳାକାରମାନଙ୍କ ଅଭିଯୋଗ ଅନୁସାରେ ଏକ ବିସ୍ତୃତ ରିପୋର୍ଟ ଜିଲାପାଳଙ୍କୁ  ପଠାଯିବ। ସେଠାରୁ ନିର୍ଦ୍ଦେଶ ମିଳିଲେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।

ସୂଚନାଯୋଗ୍ୟ ଯେ, ତୀବ୍ର ଖରା ଓ ଗରମ ପରିସ୍ଥିତି ସତ୍ତ୍ୱେ ଚଳିତ ମାସର ୧୫ ତାରିଖରୁ କଳାକାରମାନେ ଧାରଣା ଆରମ୍ଭ କରିଥିଲେ। ଆସନ୍ତା ମେ ୨୦ ତାରିଖରୁ ଆମରଣ ଅନଶନ ଆରମ୍ଭ କରିବାକୁ ସେମାନେ ନିଷ୍ପତ୍ତି ନେଇଥିଲେ।

ହାଟଡିହୀ ବ୍ଲକ କଳା ସଂସ୍କୃତି ସଂଘ (ବିକେଏସଏସ)କୁ ୨୦୧୧ ମସିହାରୁ ମିଳୁଥିବା ସରକାରୀ ଅନୁଦାନ ସହ କଳାକାରଙ୍କ ନାମ ପଞ୍ଜିକରଣ ବାବଦରେ ଆଦାୟ ହୋଇଥିବା ଅର୍ଥରେ ଅନିୟମିତତା ଓ ହେରଫେର ହୋଇଥିବା ନେଇ କଳାକାରମାନେ ଅଭିଯୋଗ କରିଥିଲେ।

ଘଟଣାର ସତ୍ୟତା ପାଇଁ ଫାଇଲ, ବ୍ୟାଙ୍କ ପାସବୁକ୍, କ୍ୟାଶବୁକ୍, ଅନୁଦାନ ପ୍ରାପ୍ତି ଓ ବ୍ୟୟ ସମ୍ବନ୍ଧୀୟ ନଥିପତ୍ର, ରେଜଲୁସନ ରେଜିଷ୍ଟର ଆଦି ଯାଞ୍ଚ କରି ତଦନ୍ତ କରାଯାଉ ବୋଲି ସେମାନେ ଦାବି କରିଥିଲେ।

ଏହାସହିତ, ଅନୁଦାନ ଅନିୟମିତତା ଓ ହେରଫେରରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ବିଭାଗୀୟ ଓ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ମଧ୍ୟ ଦାବି ଉଠିଥିଲା। କୌଣସି ସୁଫଳ ନମିଳିବାରୁ କଳାକାରମାନେ ଶେଷରେ ଧାରଣାର ପଥ ଅବଲମ୍ବନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri