କଳାକାର ସଂଘକୁ ମଜଭୁତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକକଳାକାରମାନଙ୍କ ଜରିଆରେ ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) କାର୍ଯ୍ୟକ୍ରମ ଚାଲିବ। ଲୋକମାନେ ପାଇବେ ବିକାଶ ଓ ରୂପାନ୍ତରିତ ଓଡ଼ିଶାର ବାର୍ତ୍ତା। ଜନସାଧାରଣ ବିଭିନ୍ନ ଉନ୍ନୟନମୂଳକ ଯୋଜନା ସମ୍ପର୍କରେ ଜାଣିବା ସହିତ ବିକାଶ କାର୍ଯ୍ୟକ୍ରମରେ ସହଭାଗୀ ହୋଇପାରିବେ। ଏହି ଅଭିଯାନରେ ୧ ମାସ ଧରି ରାଜ୍ୟର ସମସ୍ତ ୫୧,୧୬୮ ଗଁାରେ ୨ ଲକ୍ଷରୁ ଅଧିକ କାର୍ଯ୍ୟକ୍ରମ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୨୨ ହଜାର ଲୋକକଳାକାର ଦଳ ପଞ୍ଜୀକୃତ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲୋକକଳାକାରମାନଙ୍କର ପ୍ରଶଂସାକରି କହିଛନ୍ତି ଯେ ଆମର ଲୋକକଳାକାରମାନେ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ବାର୍ତ୍ତା ଲୋକଙ୍କୁ ଦେଉଛନ୍ତି। ଏହାଦ୍ୱାରା ଲୋକକଳାର ଆଦର ବଢୁଛି। କଳାକାରମାନେ ମଧ୍ୟ ରୋଜଗାର ପାଉଛନ୍ତି। ରାଜ୍ୟର ଲକ୍ଷ ଲକ୍ଷ ଲୋକଙ୍କୁ ଲୋକକଳାକାରମାନେ ସଶକ୍ତ କରୁଛନ୍ତି। ରାଜ୍ୟ ସରକାର କଳା ଓ କଳାକାରଙ୍କ ଉନ୍ନତି ପାଇଁ ସଙ୍କଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆମ କଳା ଓ କଳାକାରଙ୍କ ବିକାଶ ପାଇଁ ରାଜ୍ୟ ସରକାର ୨୦୧୦ରୁ କଳାକାର ସଂଘ ଗଠନ କରିଛନ୍ତି। ଏହି ଉପକ୍ରମ ପ୍ରଥମେ ଗଞ୍ଜାମ ଜିଲାରେ ଆରମ୍ଭ ହୋଇଥିଲା। ଏବେ ଏହା ସବୁ ଜିଲା ଓ ସବୁ ବ୍ଲକରେ କାର୍ଯ୍ୟକାରୀ ହୋଇପାରିଛି। ଆମ ରାଜ୍ୟର କଳାକାର ସଂଘ ସାରା ବିଶ୍ୱରେ ଅନନ୍ୟ। କଳାକାରମାନଙ୍କ ସହଯୋଗରେ ଆଜି ଏହି ସଂଘ ଆଗକୁ ବଢୁଛି। ସୂଚନା, ଶିକ୍ଷା ଓ ଯୋଗାଯୋଗ କାର୍ଯ୍ୟକ୍ରମରେ ଲକ୍ଷ ଲକ୍ଷ କଳାକାର ସାମିଲ ହେଉଥିବା ଜାଣି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ମିଶନ ଶକ୍ତି ପରି ସବୁ କଳାକାର ସଂଘକୁ ଆହୁରି ମଜଭୁତ କରାଯିବ ବୋଲି କହିଛନ୍ତି। ସାରା ରାଜ୍ୟରେ ୨ ଲକ୍ଷରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏଥିପାଇଁ ସମସ୍ତ ଲୋକକଳାକାରଙ୍କୁ ମୁଖ୍ୟମନ୍ତ୍ରୀ ଶୁଭକାମନା ଜଣାଇଛନ୍ତି। କଳାକାରମାନଙ୍କ ସହିତ ଆଲୋଚନା କରି ସେ କହିଛନ୍ତି ଯେ କଳାକାରମାନେ ମୋ ପରିବାରର ସଦସ୍ୟ ଭଳି। ଭଲ କାମ ଜାରି ରଖନ୍ତୁ, ମୁଁ ଓ ରାଜ୍ୟ ସରକାର ସବୁବେଳେ ସହଯୋଗ ଯୋଗାଇ ଦେବୁ। କାର୍ଯ୍ୟକ୍ରମରେ ଯୋଗଦେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ବିନୀ ପାତ୍ର କହିଛନ୍ତି ଯେ ଓଡ଼ିଶା ହେଉଛି ପାରମ୍ପରିକ କଳାର ଗନ୍ତାଘର। ରାଜ୍ୟ ସରକାର କଳାକାରମାନଙ୍କ କଲ୍ୟାଣ ପାଇଁ ବହୁ ପଦକ୍ଷେପ ଗ୍ରହଣ କରିଛନ୍ତି।
୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଦୁଇଟି ବିଷୟ ଉପରେ ସବୁବେଳେ ଗୁରୁତ୍ୱ ଦେଇ ଆସିଛନ୍ତି। ପ୍ରଥମ କଥା ହେଲା କଳାକାରମାନଙ୍କ ସମ୍ମାନ। ସେମାନଙ୍କୁ ସମ୍ମାନ ଦେଇ ଜିଲା ପ୍ରଶାସନ ସେମାନଙ୍କ ସମସ୍ତ ଦେୟ ତୁରନ୍ତ ପ୍ରଦାନ କରିବା ଉଚିତ। ଦ୍ୱିତୀୟ କଥା ହେଉଛି ମିଶନ ଶକ୍ତି ଯେପରି ସୁଦୃଢ଼ ହୋଇଛି କଳାକାର ସଂଘଗୁଡ଼ିକ ମଧ୍ୟ ସେହିପରି ସୁଦୃଢ଼ ହେବା ଆବଶ୍ୟକ। ଏଥିପାଇଁ ଜିଲାପାଳ, ବିଡିଓ ଓ ସମ୍ପୂର୍ଣ୍ଣ ଜିଲା ପ୍ରଶାସନ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଜି ଆମେ କାମ, ରୋଜଗାର ପାଉଛୁ ଓ ସମ୍ମାନ ମଧ୍ୟ ପାଉଛୁ। ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆମେ ଏକ ସ୍ବତନ୍ତ୍ର ପରିଚୟ ପାଇଛୁ ବୋଲି କଳାକାର ସଂଘ କହିଛି। ସ୍ବାଗତ ଭାଷଣ ଦେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ସଚିବ ସୁଜାତା କାର୍ତ୍ତିକେୟ ପାଣ୍ଡିଆନ କହିଛନ୍ତି ଯେ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ। ୨୦୦୯-୧୦ରୁ ରାଜ୍ୟ ସରକାରଙ୍କ ସମସ୍ତ ଲୋକାଭିମୁଖୀ ଯୋଜନାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହା ଏକ ମେଗା ଆଇସି କ୍ୟାମ୍ପେନରେ ପରିଣତ ହୋଇଛି। ଏଥିରେ ୧୦ ବିଭାଗର ୧୫ଟି ଯୋଜନାର ପ୍ରଚାର ପ୍ରସାର କରାଯିବ। ଏହା ମାଧ୍ୟମରେ ରାଜ୍ୟ ସରକାରଙ୍କ ଜନହିତକାରୀ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକ ଲୋକଙ୍କ ପାଖରେ ସହଜରେ ଓ ସୁବିଧାରେ ପହଞ୍ଚି ପାରୁଛି। ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଧନ୍ୟବାଦ ଦେଇଥିଲେ।
ସୂଚନାଯୋଗ୍ୟ, ଲୋକକଳାକାରମାନେ ସେମାନଙ୍କ କଳାଚାତୁରୀ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଜନହିତକର କାର୍ଯ୍ୟକ୍ରମ ସମ୍ପର୍କରେ ସଚେତନତା ସୃଷ୍ଟି କରିବେ। ପାରମ୍ପରିକ ଦଣ୍ଡନାଚ, ରାସ, କରମା ସାନି ପାଲା, ଦାସକାଠିଆ, ସଂକୀର୍ତ୍ତନ, ଛଉନୃତ୍ୟ, ଘୋଡ଼ାନାଚ, ମୋଗଲ ତାମସା, ପ୍ରହଲ୍ଲାଦ ନାଟକ, ସୁଆଙ୍ଗ, ରାମଲୀଳା, ଖଞ୍ଜଣି ଭଜନ, କେନ୍ଦରା ଗୀତ, ଚକୁଳିଆ ପଣ୍ଡା, ଭାରତଲୀଳା, ସମ୍ବଲପୁରୀ ନୃତ୍ୟ, ଘୁମୁରା ନୃତ୍ୟ, ଢାପ ନୃତ୍ୟ, ବଣ୍ଡା, କୋୟା, ସାନ୍ତାଳୀ, ପରଜା, ଢେମସା ଆଦି ବିଭିନ୍ନ ପ୍ରକାର ଲୋକଗୀତ, ଲୋକନୃତ୍ୟ ଓ ଲୋକ ନାଟକରେ କଳାକାରମାନେ ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ସରକାରଙ୍କ ଲୋକହିତକର ଉନ୍ନୟନମୂଳକ ଯୋଜନାଗୁଡ଼ିକୁ ପ୍ରଚାର ପ୍ରସାର କରି ଜନସାଧାରଣଙ୍କୁ ସଚେତନ କରିବା ଏହି ଅଭିଯାନର ମୂଳଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri