କଳାକାରଙ୍କ ଅନନ୍ୟ ପ୍ରୟାସ: ନାଟକରେ ଶହୀଦ୍‌ ପରିବାରଙ୍କ ବଳିଦାନ

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସମଲେଶ୍ୱରୀ ସଂଘ ପ୍ରାୟୋଜିତ ନାଟ୍ୟ ଉତ୍ସବ ଉଦ୍‌ଯାପିତ ହୋଇଯାଇଛି। ନାଟ୍ୟ ଉତ୍ସବରେ ସଂଘର କଳାକାରମାନେ ନାଟକ ଜୀବନ୍‌ ତାଙ୍କର୍‌, ସ୍ବାଧୀନତା ଆମର୍‌ (ମାଧୋ ସିଂ) ମଞ୍ଚସ୍ଥ କରିଥିଲେ। ନାଟ୍ୟକର ଚୂଡ଼ାମଣି ରଥଙ୍କ ରଚିତ ନାଟକରେ ସେ ନିଜେ ନିର୍ଦ୍ଦେଶନା ଦେଇଥିଲେ। ସୁରେନ ପାଣିଗ୍ରାହୀ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ୨ ଦିନ ଚାଲିଥିବା ଏହି ନାଟ୍ୟ ଉତ୍ସବର ପ୍ରଥମ ସନ୍ଧ୍ୟାର ଉଦଘାଟନୀ ଉତ୍ସବରେ ସଂଘର ସଭାପତି ସମୀର ପ୍ରଧାନ ସଭାପତିତ୍ୱ କରିଥିଲେ। ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ସେହିପରି ଏସ୍‌ପି ପ୍ରହଲ୍ଲାଦ ସହାୟ ମୀନା, ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ପଦ୍ମଶ୍ରୀ ହଲଧର ନାଗ, ଜମିଦାର ମାଧୋ ସିଂଙ୍କ ଦାୟାଦ ରଞ୍ଜିତ ସିଂ ବରିହା ସସ୍ତ୍ରୀକ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ।

ମଞ୍ଚସ୍ଥ ନାଟକରେ ସୁନିଲ ମହାପାତ୍ର ମାଧୋ ସିଂ ଭୂମିକାରେ ଅଭିନୟ କରିଥିଲେ। ନାଟକର ସମସ୍ତ ଚରିତ୍ରରେ ସଂଘର କଳାକାରମାନେ ନିଖୁଣ ଅଭିନୟ କରିଥିଲେ। ଅନାଲୋଚିତଭାବେ ଇତିହାସ ପୃଷ୍ଠାରେ ସ୍ଥାନିତ ହୋଇ ନ ଥିବା ଏକ ଶହୀଦ ପରିବାରର ବିରଳତମ ବଳିଦାନ ନାଟକରେ ପ୍ରତିଫଳିତ ହୋଇଥିଲା। ନାଟକ ମାଧ୍ୟମରେ ତାକୁ ଲୋକଲୋଚନକୁ ଆଣିବାର ଏଭଳି ପ୍ରୟାସକୁ ଅତିଥିବୃନ୍ଦ ପ୍ରଶଂସା କରିଥିଲେ।

ଦ୍ୱିତୀୟ ସନ୍ଧ୍ୟାରେ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ମୁଖ୍ୟଅତିଥିଭାବେ ଯୋଗ ଦେଇଥିଲେ। ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟବୋର୍ଡ଼, ସମଲେଶ୍ୱରୀ ସଂଘ ପକ୍ଷରୁ ନାଟ୍ୟକାର ତଥା ନିର୍ଦ୍ଦେଶକ ଚୂଡ଼ାମଣି ରଥଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଶହୀଦଙ୍କ ଜନ୍ମମାଟି ଘେଁସ୍‌ ସମେତ ସମ୍ବଲପୁର, ବଲାଙ୍ଗୀର, ବରପାଲି, କେଶାଇପାଲି ଅଞ୍ଚଳରୁ ଅନେକ ବୁଦ୍ଧିଜୀବି, ନାଟ୍ୟକାର, ନିର୍ଦ୍ଦେଶକ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଭାଗବତର ମହକରେ ଅତିବଡ଼ି: ଝଙ୍କୃତ ହେଲା କବିତା

ଦାରିଙ୍ଗବାଡ଼ି, ୨୭/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡ. ଭୀମରାଓ ଆମ୍ବେଦକର ଜାତୀୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ଅପରାହ୍ନରେ ଅତିବଡ଼ି ଜଗନ୍ନାଥ ଦାସଙ୍କ…

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?