ରାଜ୍ୟ ବାହାରୁ ଆସିବେ କଳାକାର

ଅନୁଗୋଳ ଅଫିସ,୧୭ା୩: କରୋନା ମହାମାରୀ ସଂକ୍ରମଣ କାରଣରୁ ଗତ ୨ବର୍ଷ ହେଲା ଅନୁଗୋଳ ଜିଲା ମହୋତ୍ସବ ଆୟୋଜନ ହୋଇପାରି ନ ଥିଲା। ହେଲେ ଚଳିତବର୍ଷ ଏହା ଧୁମ୍‌ଧାମରେ ଆୟୋଜନ କରାଯିବା। ଏପରି କି ରାଜ୍ୟ ବାହାରୁ କଳାକାରଙ୍କୁ ଆମନ୍ତ୍ରଣ କରାଯିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ପ୍ରଶାସନ ପକ୍ଷରୁ ବୁଧବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଏସ୍‌ପି ଜଗମୋହନ ମୀନା, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲାପାଳ ରଜନୀକାନ୍ତ ସ୍ବାଇଁ, ଡେପୁଟି କଲେକ୍ଟର ବଇତୁରା ଦିପ୍‌, ପୂର୍ତ୍ତ ବିଭାଗ ଅଧ୍ୟକ୍ଷଣ ଯନ୍ତ୍ରୀ ସୁଧାଂଶୁ ରଞ୍ଜନ ନାୟକ ପ୍ରମୁଖ ଯୋଗ ଦେଇଥିଲେ।
ଜିଲାପାଳ କହିଥିଲେ, ଜିଲାର କଳା, ସଂସ୍କୃତି ଓ ଐତିହ୍ୟକୁ ଉଦ୍‌ଜୀବିତ କରିବା ସହ ଲୋକମାନଙ୍କ ମନୋରଞ୍ଜନ ନିମନ୍ତେ ରାଜ୍ୟ ତଥା ରାଜ୍ୟ ବାହାରୁ ପ୍ରତିଷ୍ଠିତ କଳାକାରମାନଙ୍କୁ ଆମନ୍ତ୍ରଣ କରାଯିବ। ପ୍ରଥମ ୨ ଦିନ ଅର୍ଥାତ୍‌ ଏପ୍ରିଲ ୮ ଓ ୯ରେ ରାଜ୍ୟ ବାହାର କଳାକାର ଓ ୧୧ ତାରିଖ ଶେଷ ଦିନ ରାଜ୍ୟର କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପୂର୍ବ ବୈଠକର ନିଷ୍ପତ୍ତି ଅନୁଯାୟୀ ୪ଟି ସ୍ଥାନରୁ ମଶାଲ ଶୋଭାଯାତ୍ରା ବାହାରିବ। ମହୋତ୍ସବକୁ ସରସ ସୁନ୍ଦର ଓ ଆକର୍ଷଣୀୟ କରାଯିବ। ମହୋତ୍ସବର ସୁପରିଚାଳନା ନିମନ୍ତେ ବିଭିନ୍ନ ଉପ କମିଟିମାନ ଗଠନ କରାଯାଇ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରାଯିବ। ଏହି ବୈଠକରେ ଜିଲା ସଂସ୍କୃତି ପରିଷଦର ସମସ୍ତ ସଦସ୍ୟା ସଦସ୍ୟ, ବ୍ଲକ କଳା ସଂସ୍କୃତି ସଂଘ୍‌ ଉପ ସଭାପତି ଓ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri