ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର

ଭୁବନେଶ୍ୱର,୨୨।୨ (ବ୍ୟୁରୋ): ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବାକୁ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର। ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦିଆଯିବ। ଏଥିସହ ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ। ଏଥିରେ ବିଭିନ୍ନ ବର୍ଗର କଳାକାର ସାମିଲ ହେବେ ବୋଲି ଯାତ୍ରା କଳାକାର ଓ କର୍ମଚାରୀ ସଂଘ ଚେତାବନୀ ଦେଇଛି।
ରବିବାର ସାମ୍ବାଦିକ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଘ କର୍ମକର୍ତ୍ତାମାନେ ଯାତ୍ରା କଳାକାରଙ୍କ ଦୁଃଖ ବଖାଣିବା ସହ ଗୁରୁତର ଅଭିଯୋଗ ଆଣିଛନ୍ତି। ସେମାନେ କହିଛନ୍ତି, ଦୀର୍ଘ ୧୧ମାସର କୋଭିଡ୍‌ କଟକଣା କାରଣରୁ କୌଣସି ଯାତ୍ରା ପରିବେଷଣ କରାଯାଉନାହିଁ। ଫଳରେ ଓଡ଼ିଶା ଯାତ୍ରା କଳାକାର ଓ ସେମାନଙ୍କ ପରିବାରର ଅବସ୍ଥା ଶୋଚନୀୟ ହେବାରେ ଲାଗିଛି। ଅନେକ କଳାକାର ବାଧ୍ୟହୋଇ ଦାଦନ ଖଟିବାକୁ ଚାଲି ଯାଇଥିବାବେଳେ ଶହ ଶହ କଳାକାର ବାହାର ରାଜ୍ୟରେ ଡ୍ୟାନ୍ସ କରିବାକୁ ଯାଇ ସେଠାରେ ନିଜ ପିଲା ପରିବାର ସହିତ ବନ୍ଧା ପଡ଼ି ନିର୍ଯାତନାର ଶିକାର ହେଉଛନ୍ତି। ପୁଣି କେତେଜଣ କଳାକାର ରୋଗଗ୍ରସ୍ତ ହୋଇ ଅର୍ଥ ଅଭାବରୁ ଚିକିତ୍ସିତ ହୋଇ ନ ପାରି ମୃତ୍ୟୁବରଣ ମଧ୍ୟ କରିଛନ୍ତି। ତେବେ ରାଜ୍ୟ ସରକାର ଫେବୃୟାରୀ ମାସ କୋଭିଡ୍‌ ଗାଇଡ୍‌ ଲାଇନରେ ୫ଶହ ଲୋକଙ୍କୁ ନେଇ ଯାତ୍ରା କରିବାକୁ ଅନୁମତି ଦେଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶାସନ ବାଧକ ସାଜିଛି। ୫ଶହ ଲୋକ ଏକାଠି ହେଲେ ଆଇନଶୃଙ୍ଖଳା ବ୍ୟାହତ ହେବ କହି ଏହାକୁ ଏଡାଇ ଯାଉଛନ୍ତି। ଯାତ୍ରା ବନ୍ଦ ଯୋଗୁ ହଜାର ହଜାର କଳାକାରଙ୍କ ପାଇଁ ମରିବା ବଞ୍ଚତ୍ବା ସମାନ ହୋଇଯାଇଛି। ସମସ୍ତଙ୍କ ପାଇଁ କରୋନା କଟକଣା କୋହଳ କରି ଦିଆଯାଇଥିବାବେଳେ ଯାତ୍ରା କଳାକାରଙ୍କୁ ଅନୁମତି ନ ଦେଇ ଅବିଚାର କରାଯାଉଛି ବୋଲି ଯାତ୍ରା କଳାକାର ଓ କର୍ମଚାରୀ ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି। ୨ହଜାର ଦର୍ଶକରେ ସବୁ ବର୍ଗର କଳା ପରିବେଷଣ କରିବାକୁ ଅନୁମତି ପ୍ରଦାନ କରିବାକୁ ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri