ପରୀ ମୃତଦେହ ସହ ଯୌନ ସମ୍ପର୍କ ରଖିଥିଲେ ଅଭିଯୁକ୍ତ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ନୟାଗଡ଼ ଯଦୁପୁରର ପରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସରୋଜ ସେଠୀଙ୍କୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ ଏସ୍‌ଆଇଟି। ଏ ନେଇ ମଙ୍ଗଳବାର ଏସ୍‌ଆଇଟି ମୁଖ୍ୟ ଅରୁଣ ବୋଥ୍ରା ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ଦେଇଛନ୍ତି। ସରୋଜ ସେଠୀ ମୁଖ୍ୟ ଅଭିଯୁକ୍ତ ବୋଲି ଅରୁଣ କହିଛନ୍ତି।
ଅରୁଣ କହିଛନ୍ତି ଯେ, ସରୋଜଙ୍କ ସାନ ଭଉଣୀ ପାଖକୁ ପରୀ ଆସୁଥିଲା । ଘଟଣା ଦିନ ସରୋଜ ଭଉଣୀ ପାଖକୁ ଏକୁଟିଆ ପରୀ ଯାଇଥିଲା । ସରୋଜଙ୍କ ଭଉଣୀ ଅଫିସ ଯିବା ପରେ ସେ ପରୀ ସହ ବଳାତ୍କାର ଉଦ୍ୟମ କରିଥିଲେ। ପରୀ କାନ୍ଦିବାରୁ ତଣ୍ଟି ଚିପି ମାରିଦେଇଥିଲେ ସରୋଜ । ପରୀର ମୃତଦେହ ସହ ଯୌନ ସମ୍ପର୍କ ମଧ୍ୟ ସରୋଜ ରଖିଥିଲେ। ପରେ ପରୀର ମୃତଦେହକୁ ଅଖାରେ ଭର୍ତ୍ତିକରି ପୋଖରୀରେ ଫିଙ୍ଗି ଦେଇଥିଲେ । ନଡିଆ ବାହୁଙ୍ଗାରେ ଅଖାକୁ ଲୁଚାଇ ପୋଖରୀରେ ନେଇ ଫିଙ୍ଗିଥିଲେ ।

ଏସ୍‌ଆଇଟି ମୁଖ୍ୟ ଆହୁରି ମଧ୍ୟ କହିଛନ୍ତି, ସରୋଜ ସବୁବେଳେ ମୋବାଇଲରେ ଚାଇଲ୍ଡ ପର୍ଣ୍ଣ ଫିଲ୍ମ ଦେଖନ୍ତି। ପର୍ଣ୍ଣ ଫିଲ୍ମ ମୋବାଇଲରେ ରଖି ଲକ୍‌ ପକାଇଥିଲେ। ଏଥିସହ ମୋବାଇଲରୁ ଗୁଗୁଲ ହିଷ୍ଟ୍ରି ଡିଲିଟ କରିଦେଇଛନ୍ତି। ବଳାତ୍କାର ଏବଂ ହତ୍ୟା ପାଇଁ ପୂର୍ବ ପ୍ରସ୍ତୁତି ନ ଥିବା ଜଣାପଡିଛି । ପ୍ରତ୍ୟକ୍ଷଦର୍ଶୀ ନ ଥିବାରୁ ଆମେ ବୈଜ୍ଞାନିକ ପ୍ରମାଣ ଏକାଠି କରୁଛୁ ବୋଲି ଅରୁଣ ବୋଥ୍ରା କହିଛନ୍ତି।
୩ ଦିନ ରିମାଣ୍ଡରେ ଯାହା ନୂଆ ତଥ୍ୟ ଆସିବ ଆମେ ଅବଗତ କରାଇବୁ । ଅଭିଯୁକ୍ତକୁ କେଉଁମାନେ ସାହାଯ୍ୟ କରୁଥିଲେ ତାହାର ତଦନ୍ତ ଜାରି ରହିଛି ବୋଲି ବୋଥ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri