ଭାଜପା ପାଇଁ ଭୋଟ ମାଗିଲେ ଅରୁଣ ଗୋଭିଲ

ଢେଙ୍କାନାଳ,୨୩ା୫(ରତନ ନାୟାର): ରାମାୟଣ ଧାରାବାହିକର ରାମ ଭୂମିକାରେ ଅଭିନୟ କରିଥିବା ଅଭିନେତା ତଥା ଭାଜପା ନେତା ଅରୁଣ ଗୋଭିଲ ବୁଧବାର ଢେଙ୍କାନାଳ ସହରରେ ଭାଜପା ପାଇଁ ଭୋଟ ମାଗିଛନ୍ତି। ଅପରାହ୍ନ ସାଢେ ୩ଟାରେ ଭାଜପା ପକ୍ଷରୁ ଆୟୋଜିତ ଏକ ରୋଡ୍‌ ଶୋ’ରେ ସାମିଲ ହୋଇ ଗୋଭିଲ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ମହାପ୍ରଭୁ ଶ୍ରୀବଳରାମଙ୍କ ମନ୍ଦିରରେ ପହଞ୍ଚିବା ପରେ ପ୍ରଥମେ ସେଠାରେ ଶ୍ରୀଜୀଉଙ୍କ ପୂଜାର୍ଚ୍ଚନା କରିଥିଲେ। ପରେ ସେଠାରୁ ଭାଜପା ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଓ ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରିଥିଲେ। ଏହି ଶୋଭାଯାତ୍ରା ବଳରାମ ମନ୍ଦିରଠାରୁ ବାହାରି ରଥଗଡା, ଗଣେଶ ବଜାର, ମହାବୀର ବଜାର, ଲକ୍ଷ୍ମୀବଜାର, ଜବାହାରଚୌକ, ମୀନାବଜାର, କାଞ୍ଚନ ବଜାର, ଆନନ୍ଦ ବଜାର ଦେଇ ବାଜିଚୌକଠାରେ ପହଞ୍ଚିଥିଲେ। ସେଠାରୁ ଅରୁଣ ଗୋଭିଲ ଫେରି ଯାଇଥିବା ବେଳେ ଏହି ରୋଡ୍‌ ଶୋ’ କାଲଟାକ୍ସ ପର୍ଯ୍ୟନ୍ତ ଯାଇଥିଲା ା ବାଦ୍ୟ ସଙ୍ଗୀତର ତାଳେତାଳେ ବହୁ ସଂଖ୍ୟାରେ ମହିଳା ମଧ୍ୟ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିବା ଦେଖାଯାଇଥିଲା। ରାଜସ୍ଥାନର ଆଇନମନ୍ତ୍ରୀ ଯୋଗାରାମ ପଟେଲ, ଜିଲା ସଭାପତି ନରେଶଚନ୍ଦ୍ର ମହାପାତ୍ର, ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ବରିଷ୍ଠ ଭାଜପା ନେତା ରାମଚନ୍ଦ୍ର ପାତ୍ର, ନବକିଶୋର ଗୁରୁ, ହର୍ଷବର୍ଦ୍ଧନ ସିଂହଦେଓ, ଅକ୍ଷୟ ମହାନ୍ତି, କୋଦଣ୍ଡଧର ସାହୁ ପ୍ରମୁଖଙ୍କ ସମେତ ନେତୃବୃନ୍ଦ ଓ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri