Posted inଜାତୀୟ

ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଗୋଏଲ…

ନୂଆଦିଲ୍ଲୀ,୨୧।୧୧ : ପୂର୍ବତନ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଅରୁଣ ଗୋଏଲ ସୋମବାର ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ତାଙ୍କୁ ଶନିବାର ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ଶୁକ୍ରବାର ଦିନ ସ୍ବେଚ୍ଛାକୃତ ଅବସର ନେଇଥିଲେ। ଗୋୟାଲ ୩୧ ଡିସେମ୍ବର ୨୦୨୨ ରେ ୬୦ ବର୍ଷ ବୟସରେ ଅବସର ନେବାକୁ ଯାଉଥିଲେ।

ଗୋଏଲ ଜଣେ ୧୯୮୫ ବ୍ୟାଚ ପଞ୍ଜାବ କ୍ୟାଡର ଆଇଏଏସ ଅଧିକାରୀ। ସେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏବଂ ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେଙ୍କ ସହ ନିର୍ବାଚନ ଆୟୋଗର ଅଂଶ ହେବେ। ଗୋଏଲଙ୍କ ନିଯୁକ୍ତି ସମ୍ପର୍କରେ ସରକାର ଏକ ସୂଚନା ମାଧ୍ୟମରେ ସୂଚନା ଦେଇଥିଲେ।

ଆସନ୍ତା ମାସରେ ଗୁଜରାଟରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ନିର୍ବାଚନ କମିଶନର ଭାବେ ତାଙ୍କର ନିଯୁକ୍ତି ଘୋଷଣା କରାଯାଇଛି। ଡିସେମ୍ବର ୧ ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥି ସହିତ ଡିସେମ୍ବର ୮ ରେ ଏହାର ଫଳାଫଳ ଘୋଷଣା କରାଯିବ।

ଏହି ଦାୟିତ୍ୱ ଗ୍ରହଣ କରିବା ପରେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ହେବାକୁ ଅରୁଣ ଗୋଏଲଙ୍କ ଯଥେଷ୍ଟ ସମ୍ଭାବନା ରହିଛି। ରାଜୀବ କୁମାରଙ୍କ କାର୍ଯ୍ୟକାଳ ଫେବୃଆରୀ ୨୦୨୫ ପର୍ଯ୍ୟନ୍ତ ରହିଛି।
ସ୍ବେଚ୍ଛାକୃତ ଅବସର ପର୍ଯ୍ୟନ୍ତ ଅରୁଣ ଗୋୟଲ ହେଭି ଇଣ୍ଡଷ୍ଟ୍ରିଜ ସଚିବ ଭାବରେ କାର୍ଯ୍ୟ କରିଥିଲେ। ସେ ସଂସ୍କୃତି ମନ୍ତ୍ରଣାଳୟରେ ମଧ୍ୟ କାର୍ଯ୍ୟ କରିଛନ୍ତି। ଗୋୟାଲ ଡିସେମ୍ବର ୨୦୨୭ ପର୍ଯ୍ୟନ୍ତ ନିର୍ବାଚନ ଆୟୋଗରେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?