Posted inଖେଳ

୬୬ ବର୍ଷ ବୟସରେ ବିବାହ କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କୋଲକତା,୩।୫:ଭାରତର ପୂର୍ବତନ କ୍ରିକେଟର ତଥା ସମୀକ୍ଷକ ଅରୁଣ ଲାଲ ୬୬ ବର୍ଷ ବୟସରେ ଦ୍ୱିତୀୟ ଥର ବିବାହ କରିଛନ୍ତି। ଅରୁଣ ୩୮ ବର୍ଷୀୟା ବୁଲବୁଲ ସାହାଙ୍କୁ କୋଲକତାରେ ବିବାହ କରିଛନ୍ତି। ଉଭୟଙ୍କ ବୟସରେ ୨୮ ବର୍ଷର ପାର୍ଥକ୍ୟ ଅଛି। ବଙ୍ଗଳା କ୍ରିକେଟ ଆସୋସିଏସନର କିଛି ସଦସ୍ୟଙ୍କ ବ୍ୟତୀତ କେବଳ ଅରୁଣ ଲାଲ ଏବଂ ବୁଲବୁଲର ଘନିଷ୍ଠ ବନ୍ଧୁମାନେ ଏହି ବିବାହ ଉତ୍ସବରେ ଯୋଗ ଦେଇଥିଲେ।
ଅରୁଣ ଏବଂ ବୁଲବୁଲ ଦୀର୍ଘ ଦିନରୁ ପରସ୍ପରକୁ ଜାଣିଛନ୍ତି। ମାସେ ତଳେ ଉଭୟଙ୍କ ନିର୍ବନ୍ଧ ଶେଷ ହୋଇଥିଲା। ଅରୁଣ ତାଙ୍କର ପ୍ରଥମ ସ୍ତ୍ରୀ ରୀମାଙ୍କୁ ଛାଡପତ୍ର ଦେଇଛନ୍ତି। ରୀମା ଦୀର୍ଘ ଦିନ ଧରି ଅସୁସ୍ଥ ଅଛନ୍ତି ଏବଂ ସେ ଏହି ବିବାହ ବିଷୟରେ ଜାଣିଛନ୍ତି। ଅରୁଣଙ୍କ ଦ୍ୱିତୀୟ ବିବାହରେ ରୀମା ବହୁତ ଖୁସି ଅଛନ୍ତି।
କ୍ୟାନ୍‌ସର୍‌କୁ ହରାଇଥିବା ଅରୁଣ ଲାଲଙ୍କ କୋଚିଂରେ ବେଙ୍ଗଲ ଦଳ ୨୦୨୦ରେ ରଣଜୀ ଟ୍ରଫିର ଫାଇନାଲରେ ପ୍ରବେଶ କରିଥିଲା। ଚଳିତ ସିଜନରେ କ୍ରମାଗତ ତିନିଟି ମ୍ୟାଚ ଜିତି କ୍ୱାର୍ଟର ଫାଇନାଲରେ ବେଙ୍ଗଲ ନିଜର ସ୍ଥାନ ସୁରକ୍ଷିତ କରିଛି। ଆଇପିଏଲ ପରେ ରଣଜୀ ଟ୍ରଫିର କ୍ୱାର୍ଟର ଫାଇନାଲ ମ୍ୟାଚ ଖେଳାଯିବ।
ଅରୁଣ ଲାଲ ଭାରତ ପକ୍ଷରୁ ୧୬ଟି ଟେଷ୍ଟ ମ୍ୟାଚରେ ୭୨୯ ରନ ସଂଗ୍ରହ କରିଥିଲେ। ସେ ୧୩ ଟି ଦିନିକିଆରେ ୧୨୨ ରନ କରିଥିଲେ। ଅରୁଣ ୧୫୬ଟି ପ୍ରଥମ ଶ୍ରେଣୀ ମ୍ୟାଚରେ ୧୦୪୨୧ ରନ ସଂଗ୍ରହ କରିଥିଲେ। ଏହି ସମୟ ମଧ୍ୟରେ ସେ ୩୦ ଶତକ ଏବଂ ୪୩ ଅର୍ଦ୍ଧ ଶତକ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri