Posted inଖେଳ

୨୮ ବର୍ଷ ସାନ ଯୁବତୀଙ୍କୁ ବିବାହ କରିବେ ୬୬ ବର୍ଷୀୟ କ୍ରିକେଟର୍‌

କୋଲକତା,୨୬।୪:ଭାରତର ପୂର୍ବତନ କ୍ରିକେଟର ତଥା ସମୀକ୍ଷକ ଅରୁଣ ଲାଲ ୬୬ ବର୍ଷ ବୟସରେ ଦ୍ୱିତୀୟ ଥର ବିବାହ କରିବାକୁ ଯାଉଛନ୍ତି। ତାଙ୍କର ଭାବି ସ୍ତ୍ରୀ ବୁଲବୁଲ ସାହାଙ୍କୁ ୩୮ ବର୍ଷ ବୟସ। ଉଭୟଙ୍କ ବୟସରେ ୨୮ ବର୍ଷର ପାର୍ଥକ୍ୟ ଅଛି। ଅରୁଣ ଏବଂ ବୁଲବୁଲ ଆସନ୍ତା ମେ ୨ରେ କୋଲକତାରେ ବିବାହ କରିବେ। ଉଭୟଙ୍କ ବିବାହ କାର୍ଡ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଅରୁଣ ଏବଂ ବୁଲବୁଲ ଦୀର୍ଘ ଦିନରୁ ପରସ୍ପରକୁ ଜାଣିଛନ୍ତି। ମାସେ ତଳେ ଉଭୟଙ୍କ ନିର୍ବନ୍ଧ ଶେଷ ହୋଇଥିଲା। ଅରୁଣ ତାଙ୍କର ପ୍ରଥମ ସ୍ତ୍ରୀ ରୀମାଙ୍କୁ ଛାଡପତ୍ର ଦେଇଛନ୍ତି। ରୀମା ଦୀର୍ଘ ଦିନ ଧରି ଅସୁସ୍ଥ ଅଛନ୍ତି ଏବଂ ସେ ଏହି ବିବାହ ବିଷୟରେ ଜାଣିଛନ୍ତି। ଅରୁଣଙ୍କ ଦ୍ୱିତୀୟ ବିବାହରେ ରୀମା ବହୁତ ଖୁସି ଅଛନ୍ତି। ବଙ୍ଗଳା କ୍ରିକେଟ ଆସୋସିଏସନର କିଛି ସଦସ୍ୟଙ୍କ ବ୍ୟତୀତ କେବଳ ଅରୁଣ ଲାଲ ଏବଂ ବୁଲବୁଲର ଘନିଷ୍ଠ ବନ୍ଧୁମାନେ ଏହି ବିବାହ ଉତ୍ସବରେ ଯୋଗଦେବେ।
କ୍ୟାନ୍‌ସର୍‌କୁ ହରାଇଥିବା ଅରୁଣ ଲାଲଙ୍କ କୋଚିଂରେ ବେଙ୍ଗଲ ଦଳ ୨୦୨୦ରେ ରଣଜୀ ଟ୍ରଫିର ଫାଇନାଲରେ ପ୍ରବେଶ କରିଥିଲା। ଚଳିତ ସିଜନରେ କ୍ରମାଗତ ତିନିଟି ମ୍ୟାଚ ଜିତି କ୍ୱାର୍ଟର ଫାଇନାଲରେ ବେଙ୍ଗଲ ନିଜର ସ୍ଥାନ ସୁରକ୍ଷିତ କରିଛି। ଆଇପିଏଲ ପରେ ରଣଜୀ ଟ୍ରଫିର କ୍ୱାର୍ଟର ଫାଇନାଲ ମ୍ୟାଚ ଖେଳାଯିବ।
ଅରୁଣ ଲାଲ ଭାରତ ପକ୍ଷରୁ ୧୬ଟି ଟେଷ୍ଟ ମ୍ୟାଚରେ ୭୨୯ ରନ ସଂଗ୍ରହ କରିଥିଲେ। ସେ ୧୩ ଟି ଦିନିକିଆରେ ୧୨୨ ରନ କରିଛନ୍ତି। ଅରୁଣ ଲାଲ ୧୫୬ଟି ପ୍ରଥମ ଶ୍ରେଣୀ ମ୍ୟାଚରେ ୧୦୪୨୧ ରନ ସଂଗ୍ରହ କରିଥିଲେ। ଏହି ସମୟ ମଧ୍ୟରେ ତାଙ୍କ ବ୍ୟାଟରୁ ୩୦ ଶତକ ଏବଂ ୪୩ ଅର୍ଦ୍ଧ ଶତକ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri