ବିଜେଡି-ଭାଜପା ମେଣ୍ଟକୁ ନେଇ ଏମିତି କହିଲେ ଅରୁଣ ସାହୁ

ଭୁବନେଶ୍ୱର,୬।୩ : ନବୀନ ନିବାସରେ ଆଜି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଆଲୋଚନା ହୋଇଛି। ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ସଠିକ ସମୟରେ ସଠିକ ନିଷ୍ପତ୍ତି ନିଆଯିବ ବୋଲି ବୈଠକ ପରେ ବିଜେଡିର ବରିଷ୍ଠ ନେତା ଅରୁଣ ସାହୁ କହିଛନ୍ତି।
ବୁଧବାର ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର, ମନ୍ତ୍ରୀ ପ୍ରଦୀପ ଅମାତ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ମନ୍ତ୍ରୀ ଟୁକୁନି ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ବିଜେଡି ସାଧାରଣ ସଂପାଦକ ସଞ୍ଜୟ ଦାଶ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ରାଜ୍ୟରେ ୧୫ ବର୍ଷ ପରେ ପୁଣି ବିଜେଡି-ଭାଜପା ଏକାଠି ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଏପଟେ ବିଜେଡିର ବୈଠକ ବସୁଥିବାବେଳେ ସେପଟେ ଦିଲ୍ଲୀରେ ଭାଜପା ବୈଠକ ବସିଛି। ଫଳରେ ଉଭୟ ଦଳ ମଧ୍ୟରେ ମେଣ୍ଟ ହେବା ନେଇ ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri