ଡିଜିପି ଦାୟିତ୍ୱରେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୩୦ା୧୨: ବରିଷ୍ଠ ଆଇପିଏସ୍‌ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅରୁଣଙ୍କୁ ଅତିରିକ୍ତ ଦାୟିତ୍ୱ ନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅରୁଣ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି। ଏଥିସହ ସେ  ପୋଲିସ ବିଭାଗର ମୁଖ୍ୟ ଭାବେ କାମ କରିବେ।

ସୂଚନାଯୋଗ୍ୟ, ଡିସେମ୍ବର ୩୧ରେ ବର୍ତ୍ତମାନର ପୋଲିସ ଡିଜି ସୁନୀଲ କୁମାର ବଂଶଲ ଚାକିରିରୁ ଅବସର ନେବେ। ତେଣୁ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଡିଜିପି ଭାବେ ଅରୁଣ ଶପଥ ନେବେ। ନଭେମ୍ବର ୧୮ରେ ରାଜ୍ୟ ସରକାର ୧୯୮୭ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ସୁନୀଲ କୁମାର ବଂଶଲଙ୍କୁ ଅବସର ଅନୁମତି ପ୍ରଦାନ କରିଥିଲେ। ୨୦୨୧ ଡିସେମ୍ବରରେ ଓଡ଼ିଶା ପୋଲିସ ଡିଜି ଭାବେ ଦାୟିତ୍ୱ ନେଇଥିଲେ। ସେ ୧୯୮୮ରେ ପ୍ରଥମେ ଢେଙ୍କାନାଳର ଅତିରିକ୍ତ ଏସ୍‌ପି ହୋଇଥିଲେ। ଏହାପରେ ମୟୂରଭଞ୍ଜ ଏସ୍‌ପି ଭାବେ କାର୍ଯ୍ୟ କରିଥିଲେ। ୧୯୯୪ରେ ସେ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିଲେ। ଦୀର୍ଘ ୨୭ ବର୍ଷ ପରେ ୨୦୨୧ରେ ଓଡ଼ିଶା ଫେରିବା ସହିତ ପୋଲିସ ବିଭାଗର ସବୁଠାରୁ ବଡ଼ ପଦବୀ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri