ଡିଜିପି ଦାୟିତ୍ୱରେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୩୦ା୧୨: ବରିଷ୍ଠ ଆଇପିଏସ୍‌ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅରୁଣଙ୍କୁ ଅତିରିକ୍ତ ଦାୟିତ୍ୱ ନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅରୁଣ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି। ଏଥିସହ ସେ  ପୋଲିସ ବିଭାଗର ମୁଖ୍ୟ ଭାବେ କାମ କରିବେ।

ସୂଚନାଯୋଗ୍ୟ, ଡିସେମ୍ବର ୩୧ରେ ବର୍ତ୍ତମାନର ପୋଲିସ ଡିଜି ସୁନୀଲ କୁମାର ବଂଶଲ ଚାକିରିରୁ ଅବସର ନେବେ। ତେଣୁ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଡିଜିପି ଭାବେ ଅରୁଣ ଶପଥ ନେବେ। ନଭେମ୍ବର ୧୮ରେ ରାଜ୍ୟ ସରକାର ୧୯୮୭ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ସୁନୀଲ କୁମାର ବଂଶଲଙ୍କୁ ଅବସର ଅନୁମତି ପ୍ରଦାନ କରିଥିଲେ। ୨୦୨୧ ଡିସେମ୍ବରରେ ଓଡ଼ିଶା ପୋଲିସ ଡିଜି ଭାବେ ଦାୟିତ୍ୱ ନେଇଥିଲେ। ସେ ୧୯୮୮ରେ ପ୍ରଥମେ ଢେଙ୍କାନାଳର ଅତିରିକ୍ତ ଏସ୍‌ପି ହୋଇଥିଲେ। ଏହାପରେ ମୟୂରଭଞ୍ଜ ଏସ୍‌ପି ଭାବେ କାର୍ଯ୍ୟ କରିଥିଲେ। ୧୯୯୪ରେ ସେ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିଲେ। ଦୀର୍ଘ ୨୭ ବର୍ଷ ପରେ ୨୦୨୧ରେ ଓଡ଼ିଶା ଫେରିବା ସହିତ ପୋଲିସ ବିଭାଗର ସବୁଠାରୁ ବଡ଼ ପଦବୀ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରୁ ଅଧା ଖର୍ଚ୍ଚ କରିପାରିନାହାନ୍ତି ୧୭ ବିଭାଗ, ପଛରେ ପଡିଛନ୍ତି ବିପର୍ଯ୍ୟୟ, କ୍ରୀଡ଼ା

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ...

ଓଲଟିଲା ମଦ ବୋଝେଇ ଭ୍ୟାନ୍‌: ଚାପି ହୋଇ ଚାଲିଗଲା ହେଲପରଙ୍କ ଜୀବନ

କୁଜଙ୍ଗ,୧୮।୨(ମନୋଜ ପ୍ରଧାନ): ଜଗତସିଂହପୁର ଜିଲା କୁଜଙ୍ଗ ବଜାର କୃଷି ଫାର୍ମ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମଦ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌(ନଂ,ଓଆର୍‌୦୫ଏଏସ୍‌-୬୧୨୫) ଦୁର୍ଘଟଣା ଗ୍ରସ୍ତ...

ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ...

କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା...

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ...

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ...

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri