ଦାୟିତ୍ୱ ନେଲେ ଅରୁଣ ଷଡଙ୍ଗୀ

କଟକ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ରବିବାର ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି ଅରୁଣ ଷଡଙ୍ଗୀ। ନୂଆ ଡିଜିପି ନିଯୁକ୍ତ ହେବା ଯାଏ ସେ ଏହି ଦାୟିତ୍ୱରେ ରହିବେ।
୧୯୯୦ ବ୍ୟାଚ୍‌ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଅଫିସର ଅରୁଣ ଷଡ଼ଙ୍ଗୀଙ୍କୁ ଶନିବାର ରାଜ୍ୟ ସରକାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଅତିରିକ୍ତ ଦାୟିତ୍ୱ ଦେଇଥିଲେ। ପୂର୍ବରୁ ସେ ସ୍ପେଶାଲ ଡିଜି ଅଫ୍‌ ପୋଲିସ, ଟ୍ରେନିଂ ଏବଂ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ (ବିପିଏସ୍‌ପିଏ)ର ନିର୍ଦ୍ଦେଶକ ଅଛନ୍ତି। ଏଥିସହ ସେ ପୋଲିସ ବିଭାଗର ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।
ଡିସେମ୍ବର ୩୧ରେ ପୋଲିସ ଡିଜି ସୁନୀଲ କୁମାର ବଂଶଲ ଚାକିରିରୁ ଅବସର ନେବାପରେ ଅରୁଣ ଷଡ଼ଙ୍ଗୀଙ୍କୁ ଦାୟିତ୍ୱ ଦିଆଯାଇଛି। ପରବର୍ତ୍ତୀ ପୋଲିସ ଡିଜି ପଦବୀ ନିମନ୍ତେ ରାଜ୍ୟ ସରକାର ମୋଟ ୭ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଥିବା ସୂଚନା ମିଳିଛି। ୧୯୮୮ ବ୍ୟାଚ୍‌ର ଅରୁଣ କୁମାର ରାୟ, ୧୯୮୯ ବ୍ୟାଚ୍‌ର ଏ.ଏମ୍‌.ପ୍ରସାଦ, ବି. ରାଧିକା, ଏସ୍‌.ଏମ୍‌. ନରୱଣେ ଏବଂ ୧୯୯୦ ବ୍ୟାଚ୍‌ର ୱାଇ.ବି. ଖୁରାନିଆ, ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କ ନାଁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri