ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ

ବାଲେଶ୍ୱର, ୧୨ା୧୨(ମାନସ ବିଶ୍ୱାଳ):ବାଲେଶ୍ୱର ଜିଲା ରେମୁଣା ଥାନା ବାଲଗୋପାଳପୁର ଅଞ୍ଚଳରୁ ଜବତ ହୋଇଛି ଅରୁଣାଚଳ ପ୍ରଦେଶରେ ବିକ୍ରି ପାଇଁ ଉଦ୍ଦିଷ୍ଟ ଲକ୍ଷାଧିକ ଟଙ୍କାର ମଦ। ଜଳେଶ୍ୱର କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଓ ବାଲେଶ୍ୱର ଜିଲା ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏହି ମଦ ଜବତ କରାଯାଇଛି। ବ୍ୟବସାୟୀମାନେ ଅନ୍ୟ ରାଜ୍ୟରୁ କମ୍‌ ଦାମ୍‌ରେ ମଦ କିଣି ବାଲେଶ୍ୱର ଜିଲା ସମେତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଅଧିକ ଦାମ୍‌ରେ ବିକ୍ରି କରି ମାଲାମାଲ ହେଉଛନ୍ତି। ଫଳରେ ଓଡ଼ିଶା ସରକାର କୋଟି କୋଟି ଟଙ୍କାର ରାଜସ୍ବ ହରାଉଛନ୍ତି। ଅନ୍ୟ ରାଜ୍ୟରୁ କିପରି ଏହି ମଦ ଓଡ଼ିଶା ପହଞ୍ଚୁଛି ଏହା ଉପରେ କେବେ ବି ଚଢ଼ାଉ କରା ନ ଯିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ରେମୁଣା ଥାନା ବାଲଗୋପାଳପୁର ଅଞ୍ଚଳର ଜଣେ ଚୋରା ମଦ ବେପାରୀଙ୍କ ବିକ୍ରୟସ୍ଥଳ ଏବଂ ଘର ଉପରେ ଚଢାଉ କରାଯାଇ ଅରୁଣାଚଳ ପ୍ରଦେଶରେ ବିକ୍ରି ପାଇଁ ଉଦ୍ଦିଷ୍ଟ ୨୦ପେଟି (୧୮୮ ଲିଟର) ମଦ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୧ଲକ୍ଷ ୮୮ହଜାର ଟଙ୍କା ହେବ। ପୁରୁଷୋତ୍ତମପୁର ଅଞ୍ଚଳର ଚୋରା ମଦ ବ୍ୟବସାୟୀ ପ୍ରଶାନ୍ତ ଜେନା(୩୨) ଓ କର୍ମଚାରୀ ଗଜେନ୍ଦ୍ର ସାହୁ (୪୫) ଗିରଫ ହୋଇଛନ୍ତି। ଏନେଇ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଜଳେଶ୍ୱର ଥାନାରେ ମାମଲା (ନଂ. ୧୭୩/୨୦୨୩-୨୪) ରୁଜୁ କରାଯାଇ ଉଭୟଙ୍କୁ କୋର୍ଟଚାଲାଣ କରାଯାଇଛି। ଏହା ଏଠାକୁ କିପରି ଆସୁଥିଲା ଏବଂ କେତେଦିନ ଧରି ସେମାନେ ଏହି ବେପାର କରିଆସୁଥିଲେ ସେନେଇ ତଦନ୍ତ ଚାଲିଥିବା ଜିଲା ଅବକାରୀ ଅଧୀକ୍ଷକ ସୁଶାନ୍ତ କୁମାର ପାଢ଼ୀ ସୂଚନା ଦେଇଛନ୍ତି। ଚଢ଼ାଉରେ ଜିଲା ଅବକାରୀ ଅଧୀକ୍ଷକ ପାଢ଼ୀ, ଜଳେଶ୍ୱର କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଅଧିକାରୀ ସତ୍ୟଜିତ୍‌ ଖଟୁଆ, ନୀଳଗିରି ଅବକାରୀ ବିଭାଗ ଇନ୍ସପେକ୍ଟର ଗାଲୁରାମ ସୋରେନ, ଜିଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ଅଧିକାରୀ କେଶବ ଦାସ ପ୍ରମୁଖଙ୍କ ସମେତ ଏକ ସ୍ବତନ୍ତ୍ର ଟିମ୍‌ ସାମିଲ ଥିଲେ।
ଅପରପକ୍ଷରେ ଯେଉଁ ମଦ ବ୍ୟବସାୟୀମାନେ ସରକାରୀ ମଦ ଦୋକାନ ନିଲାମରେ ପ୍ରାପ୍ତ କରିଛନ୍ତି ସେମାନଙ୍କ ମଧ୍ୟରୁ କେତେଜଣ ଅନ୍ୟ ରାଜ୍ୟର ମଦ ବ୍ୟବସାୟୀଙ୍କ ସହ ସମ୍ପର୍କ ରଖି ଟ୍ରାନ୍ସପୋର୍ଟ ମାଧ୍ୟମରେ ଲକ୍ଷାଧିକ ଟଙ୍କାର ମଦ ଆଣି ବର୍ଷ ବର୍ଷ ଧରି କାରବାର କରିଆସୁଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି। ଟ୍ରାନ୍ସପୋର୍ଟ ମାଧ୍ୟମରେ କୌଣସି ଟ୍ରକ୍‌ ଅରୁଣାଚଳ ପ୍ରଦେଶ ଯାଇ ଫେରିବା ସମୟରେ ମଦ ବ୍ୟବସାୟୀମାନେ ସେମାନଙ୍କ ସହ ଯୋଗାଯୋଗ କରି ଲକ୍ଷାଧିକ ଟଙ୍କାର ମଦ ଆଣି ରେମୁଣା ଅଞ୍ଚଳରେ ରଖି ବିକ୍ରି କରୁଥିବା ଚର୍ଚ୍ଚା ହେଉଛି। ଅବକାରୀ ବିଭାଗର କେନ୍ଦ୍ରାଞ୍ଚଳ ଇନଫର୍ମେଶନ୍‌ ଇନ୍‌ଭେଷ୍ଟିଗେଶନ୍‌ ବ୍ୟୁରୋ ଉକ୍ତ ମାମଲାର ତଦନ୍ତ କରିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?