ଅରୁନ୍ଧତୀକୁ ବେଷ୍ଟ ରିଜିଓନାଲ ଜୁଏଲେରି ରିଟେଲ ଅଫ୍‌ ଦି ଇୟର (ଇଷ୍ଟ) ସମ୍ମାନ

ଭୁବନେଶ୍ୱର,୧।୪: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ମୁମ୍ବାଇ ସ୍ଥିତ ସାହାର ଷ୍ଟାର୍‌ ହୋଟେଲଠାରେ ଇଣ୍ଡିଆ ବୁଲିୟନ ଆଣ୍ଡ ଜୁଏଲର୍ସ ଆସୋସିଏଶନ (ଆଇବିଜେଏ) ଲିମିଟେଡ୍‌ ଏବଂ ଓ୍ବାର୍ଲଡ ଗୋଲ୍‌ଡ କାଉନ୍‌ସିଲ (ଡବ୍ଲ୍ୟୁଜିସି) ଦ୍ୱାରା ଆୟୋଜିତ ୮ମ ଇଣ୍ଡିଆ-ଇଣ୍ଟରନ୍ୟାଶନାଲ ବୁଲିୟନ ଆଣ୍ଡ ଜୁଏଲେରି ସମ୍ମିଟ୍‌-୨୦୨୩ ଅବସରରେ ଅରୁନ୍ଧତୀ ଜୁଏଲର୍ସକୁ ବେଷ୍ଟ ରିଜିଓନାଲ ଜୁଏଲେରି ରିଟେଲ ଅଫ୍‌ ଦି ଇୟର (ଇଷ୍ଟ) ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ଅବସରରେ ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ନରୱେକର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜର ଏମ୍‌ଡି ତଥା ସିଇଓ ଆଶିଷ କୁମାର ଚୌହାନ, ଆଇବିଜେଏର ଜାତୀୟ ସଭାପତି ପୃଥୀରାଜ କୋଠାରି, ଡବ୍ଲ୍ୟୁଜିସିର ଭାରତ ମୁଖ୍ୟ ସୋମସୁନ୍ଦର ପି.ଆର୍‌, ଜିଜେସିର ଅଧ୍ୟକ୍ଷ ସୋୟମ ମେହେରା,ଓସ୍‌ଓଲା ଫାଇନାସିଆଲ ସର୍ଭିସେସ୍‌ ଲିମିଟେଡ୍‌ର ଅଧ୍ୟକ୍ଷ ତଥା ଏମ୍‌ଡି ମୋତିଲାଲ ଓସ୍‌ଓଲା,ନ୍ୟାଶନାଲ ଜେମ୍ସ ଆଣ୍ଡ ଜୁଏଲେରି କାଉନସିଲ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ପ୍ରମୋଦ ଅଗ୍ରୱାଲ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଗତ ୩ମାସ ମଧ୍ୟରେ ୨ ଦୁଇ ଥର ଜାତୀୟସ୍ତରର (ପୂର୍ବ ଭାରତର ଏକ ଅଗ୍ରଣୀ ଓ ବିଶ୍ୱାସନୀୟ ଜୁଏଲେରି ବ୍ରାଣ୍ଡ୍‌) ସମ୍ମାନରେ ସମ୍ମାନିତ ହେବା ଆମ ସମସ୍ତଙ୍କ ପାଇଁ ଓ ସମଗ୍ର ଓଡ଼ିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ସୂଚନାଯୋଗ୍ୟ ୨୦୨୩ ବର୍ଷ ଶେଷ ସୁଦ୍ଧା ଅରୁନ୍ଧତୀ ଓଡ଼ିଶାର ୧୦ଟି ପ୍ରମୁଖ ସହରରେ ତା’ର ସେବା ଯୋଗାଇଦେବା ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri