ଅରୁନ୍ଧତୀକୁ ବେଷ୍ଟ ରିଜିଓନାଲ ଜୁଏଲେରି ରିଟେଲ ଅଫ୍‌ ଦି ଇୟର (ଇଷ୍ଟ) ସମ୍ମାନ

ଭୁବନେଶ୍ୱର,୧।୪: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ମୁମ୍ବାଇ ସ୍ଥିତ ସାହାର ଷ୍ଟାର୍‌ ହୋଟେଲଠାରେ ଇଣ୍ଡିଆ ବୁଲିୟନ ଆଣ୍ଡ ଜୁଏଲର୍ସ ଆସୋସିଏଶନ (ଆଇବିଜେଏ) ଲିମିଟେଡ୍‌ ଏବଂ ଓ୍ବାର୍ଲଡ ଗୋଲ୍‌ଡ କାଉନ୍‌ସିଲ (ଡବ୍ଲ୍ୟୁଜିସି) ଦ୍ୱାରା ଆୟୋଜିତ ୮ମ ଇଣ୍ଡିଆ-ଇଣ୍ଟରନ୍ୟାଶନାଲ ବୁଲିୟନ ଆଣ୍ଡ ଜୁଏଲେରି ସମ୍ମିଟ୍‌-୨୦୨୩ ଅବସରରେ ଅରୁନ୍ଧତୀ ଜୁଏଲର୍ସକୁ ବେଷ୍ଟ ରିଜିଓନାଲ ଜୁଏଲେରି ରିଟେଲ ଅଫ୍‌ ଦି ଇୟର (ଇଷ୍ଟ) ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ଅବସରରେ ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ନରୱେକର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜର ଏମ୍‌ଡି ତଥା ସିଇଓ ଆଶିଷ କୁମାର ଚୌହାନ, ଆଇବିଜେଏର ଜାତୀୟ ସଭାପତି ପୃଥୀରାଜ କୋଠାରି, ଡବ୍ଲ୍ୟୁଜିସିର ଭାରତ ମୁଖ୍ୟ ସୋମସୁନ୍ଦର ପି.ଆର୍‌, ଜିଜେସିର ଅଧ୍ୟକ୍ଷ ସୋୟମ ମେହେରା,ଓସ୍‌ଓଲା ଫାଇନାସିଆଲ ସର୍ଭିସେସ୍‌ ଲିମିଟେଡ୍‌ର ଅଧ୍ୟକ୍ଷ ତଥା ଏମ୍‌ଡି ମୋତିଲାଲ ଓସ୍‌ଓଲା,ନ୍ୟାଶନାଲ ଜେମ୍ସ ଆଣ୍ଡ ଜୁଏଲେରି କାଉନସିଲ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ପ୍ରମୋଦ ଅଗ୍ରୱାଲ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଗତ ୩ମାସ ମଧ୍ୟରେ ୨ ଦୁଇ ଥର ଜାତୀୟସ୍ତରର (ପୂର୍ବ ଭାରତର ଏକ ଅଗ୍ରଣୀ ଓ ବିଶ୍ୱାସନୀୟ ଜୁଏଲେରି ବ୍ରାଣ୍ଡ୍‌) ସମ୍ମାନରେ ସମ୍ମାନିତ ହେବା ଆମ ସମସ୍ତଙ୍କ ପାଇଁ ଓ ସମଗ୍ର ଓଡ଼ିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ସୂଚନାଯୋଗ୍ୟ ୨୦୨୩ ବର୍ଷ ଶେଷ ସୁଦ୍ଧା ଅରୁନ୍ଧତୀ ଓଡ଼ିଶାର ୧୦ଟି ପ୍ରମୁଖ ସହରରେ ତା’ର ସେବା ଯୋଗାଇଦେବା ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri