‘ଅରୁନ୍ଧତୀ ପୂର୍ବ ଭାରତର ଶ୍ରେଷ୍ଠ ଜ୍ୱେଲରି ବ୍ରାଣ୍ଡ୍‌’

ଭୁବନେଶ୍ୱର,୨୪।୧: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଏକ ଜାତୀୟ ସ୍ତରର ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ଏପରିକି ଅରୁନ୍ଧତୀ ପୂର୍ବ ଭାରତର ଶ୍ରେଷ୍ଠ ଜ୍ୱେଲରି ବ୍ରାଣ୍ଡ୍‌ ଭାବେ ରିଟେଲ ଜ୍ୱେଲର୍ସ ଇଣ୍ଡିଆ ପକ୍ଷରୁ ସମ୍ମାନିତ ହୋଇଛି। ସେହିଭଳି ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେରଙ୍କୁ ଶ୍ରେଷ୍ଠ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ମଧ୍ୟ ସମ୍ମାନିତ କରାଯାଇଛି।
ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ରିଟେଲ ଜ୍ୱେଲର୍ସ ଇଣ୍ଡିଆ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଶ୍ରେଷ୍ଠ ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସମ୍ମାନ ଉତ୍ସବର ଆୟୋଜନ କରାଯାଇଥିଲା। ବିଶେଷକରି ଅଳଙ୍କାର ବ୍ୟବସାୟରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ସହ ଅରୁନ୍ଧତୀ ଜ୍ୱେଲର୍ସକୁ ପୂର୍ବ ଭାରତରେ ଏକ ଅଗ୍ରଣୀ ଓ ବିଶ୍ୱସନୀୟ ଜୁଏଲରୀ ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ କରାଇବା ଦିଗରେ ବ୍ରହ୍ମାନନ୍ଦ ମେହେର କଠିନ ପରିଶ୍ରମ କରିଥିବା ଜଣାପଡିଛି।
ଏ ସମ୍ପର୍କରେ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଏଭଳି ଏକ ଜାତୀୟସ୍ତରର ସମ୍ମାନ ଆମକୁ ଆହୁରି ବଳ ଯୋଗାଇଛି। ଏପରିକି ମୋର ସମସ୍ତ କର୍ମଚାରୀଙ୍କ ନିରନ୍ତର ଓ ନିଷ୍ଠାପର କଠିନ ପରିଶ୍ରମ ଏବଂ ସମସ୍ତ ଓଡ଼ିଶାବାସୀଙ୍କ ବିଶ୍ୱାସ,ଭଲପାଇବା ଓ ଆଶୀର୍ବାଦ ଯୋଗୁ ଆଜି ଅରୁନ୍ଧତୀ ଏଭଳି ଏକ ସମ୍ମାନରେ ସମ୍ମାନିତ ହୋଇପାରିଛି। ଏହି ସମ୍ମାନ ଆମକୁ ଆଗକୁ ଆହୁରି ନିଷ୍ଠାପର ସହ କାମ କରିବା ପାଇଁ ଉତ୍ସାହିତ କରିବା ସହ ପ୍ରେରଣା ଯୋଗାଇବ ବୋଲି ମେହେର ମତପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ବ୍ରହ୍ମାନନ୍ଦ ବଲାଙ୍ଗୀରଠାରେ ୨୦୦ ବର୍ଗଫୁଟ ଏକ ଛୋଟିଆ ଘରେ ୫ଜଣ କର୍ମଚାରୀଙ୍କୁ ନେଇ ଅରୁନ୍ଧତୀ ଆରମ୍ଭ କରିଥିଲେ। ଦୀର୍ଘ ୨୩ ବର୍ଷ ମଧ୍ୟରେ ପ୍ରତିଷ୍ଠାନ ମୋଟ ୭୫,୦୦୦ ବର୍ଗଫୁଟ ଆୟତନ ବିଶିଷ୍ଟ ୭ଟି ପ୍ରମୁଖ ସହରରେ ଶୋ’ରୁମ୍‌ ସହ ୧୦୦୦ରୁ ଊର୍ଦ୍ଧ୍ୱ କର୍ମଚାରୀରେ ସଂସ୍ଥା ପହଞ୍ଚତ୍ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri