ଅରୁନ୍ଧତୀ ମୋଷ୍ଟ ପ୍ରିଫର୍ଡ ଜୁଏଲେରି ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ

ଭୁବନେଶ୍ୱର,୧୦।୩:ଓଡ଼ିଶାର ସର୍ବବୃହତ୍‌ ଜୁଏଲେରି ବ୍ରାଣ୍ଡ୍‌ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଚଳିତ ବର୍ଷ ଷ୍ଟେଟ୍‌ ବିଜ୍‌ନେସ୍‌ ଲିଡରଶିପ ଆଓ୍ବାର୍ଡ ଆଣ୍ଡ ସମିଟ୍‌ ଅବସରରେ ଅରୁନ୍ଧତୀକୁ ମୋଷ୍ଟ ପ୍ରିଫର୍ଡ ଜୁଏଲେରି ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକ, ଅର୍ଥ ବିଭାଗର ବିଭାଗୀୟ ସଚିବ ବିଶାଲ କୁମାର ଦେବ, ପଦ୍ମବିଭୂଷଣ ସୁଦର୍ଶନ ସାହୁ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ପ୍ରସନ୍ନ ପାଟଶାଣୀ ଓ ଚେୟାରମ୍ୟାନ, ଓପିଟିସିଏଲ୍‌ ସଞ୍ଜୟ କୁମାର ମିଶ୍ର ପ୍ରମୁଖ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଥିଲେ, ଅଳଙ୍କାର ବ୍ୟବସାୟ ଜଗତରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ସହ ଅରୁନ୍ଧତୀ ଜୁଏଲର୍ସକୁ ପୂର୍ବ ଭାରତରେ ଏକ ଅଗ୍ରଣୀ ତଥା ବିଶ୍ୱସନୀୟ ଜୁଏଲେରି ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠା କରାଇବା ପଛରେ ସର୍ବୋପରି ଗ୍ରାହକଙ୍କ ଅବଦାନ ଅତୁଳନୀୟ ରହିଛି। ଏପରିକି ଦୀର୍ଘ ୨୩ ବର୍ଷର ନିରନ୍ତର ଓ ନିଷ୍ଠାପର ଯାତ୍ରା ମଧ୍ୟରେ ପ୍ରତିଷ୍ଠାନକୁ ଅନେକ ସଫଳତା ମିଳିଛି। ଗ୍ରାହକଙ୍କ ଭରସା ଜିଣିପାରିବା ଓ ଓଡ଼ିଶାର ସର୍ବବୃହତ୍‌ ବ୍ରାଣ୍ଡ୍‌ର ମାନ୍ୟତା ପାଇବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ହୋଇଛି। ଚଳିତ ବର୍ଷ ଶେଷ ସୁଦ୍ଧା ଅରୁନ୍ଧତୀ ରାଜ୍ୟର ୧୦ ପ୍ରମୁଖ ସହରରେ ତା’ର ଉପସ୍ଥିତି ବୃଦ୍ଧି କରିବାକୁ ଯାଉଛି ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri