ବିଧାୟକ ପଦ ରଦ୍ଦ ହେବା ପରେ ଆଇନର ଆଶ୍ରୟ ନେବେ ଅରବିନ୍ଦ ଢାଲି

ଭୁବନେଶ୍ୱର,୧୩।୪: ବିଧାୟକ ପଦ ରଦ୍ଦ ହେବା ପରେ ପୂର୍ବତନ ବିଜେଡି ବିଧାୟକ ତଥା ବର୍ତ୍ତମାନର ଜୟଦେବ ବିଧାନସଭା ଆସନର ଭାଜପା ପ୍ରାର୍ଥୀ ଅରବିନ୍ଦ ଢାଲି ଆଇନର ଆଶ୍ରୟ ନେବେ। ଭୁବନେଶ୍ୱରରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ସେ ଏହା କହିଛନ୍ତି ।

ସେ କହିଛନ୍ତି, ଜାଣିଶୁଣି ମୋ ବିଧାନସଭା ପଦକୁ ରଦ୍ଦ କରାଯାଇଛି। ଯେଉଁମାନେ ବିଜେଡିରୁ ଭାଜପାକୁ ଆସିଛନ୍ତି, ସେମାନଙ୍କର ହିଁ ବିଧାୟକ ପଦ ରଦ୍ଦ କରାଯାଇଛି।ଅନ୍ୟମାନଙ୍କର କାହିଁକି ନୁହଁ ବୋଲି ସେ ପ୍ରଶ୍ନ କରିଛନ୍ତି।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ଦଳ ବଦଳ ନିୟମ ଅନୁସାରେ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦକୁ ବାଚସ୍ପତି ପ୍ରମିଳା ମଲ୍ଲିକ ରଦ୍ଦ କରିଥିଲେ। ବିଧାନସଭା ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri