Posted inଜାତୀୟ

ବନ୍ୟା ପ୍ରଭାବିତ ଅଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୭: ରାଜଧାନୀ ଦିଲ୍ଲୀରେ ଯମୁନାର ଜଳସ୍ତର ବେଳକୁ ବେଳ ବଢିବାରେ ଲାଗିଛି। ସେଥିପାଇଁ ନଦୀ ନିକଟରେ ଥିବା ଅଞ୍ଚଳରେ ପାଣି ପଶିବାରେ ଲାଗିଛି। ଦିଲ୍ଲୀ ସରକାର ଏବେ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଦ୍ଧାର କାର୍ଯ୍ୟରେ ଲାଗିପଡିଥିବା ବେଳେ ତଳିଆ ଅଞ୍ଚଳରୁ ଲୋକଙ୍କୁ ଉଚ୍ଚ ସ୍ଥାନକୁ ପଠାଇ ଦିଆଯାଉଛି।

ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୁରୁବାର ବନ୍ୟା ପ୍ରଭାବିତ ସମସ୍ତ ଅଞ୍ଚଳର ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ କରି ଏହି ସୂଚନା ଦେଇଛନ୍ତି।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗୁରୁବାର ୱାଜିରାବାଦ ଜଳ ବିଶୋଧନ କାରଖାନା ପରିଦର୍ଶନ କରିବେ। ସୂଚନାଯୋଗ୍ୟ, ବନ୍ୟା ଯୋଗୁଁ କାରଖାନା ବନ୍ଦ ହୋଇଯାଇଛି। ଅନ୍ୟପକ୍ଷରେ, ହାଥିନି କୁଣ୍ଡ ବ୍ୟାରେଜରୁ ଗୁରୁବାର ସକାଳ ୭ ଟା (୨୪ ଘଣ୍ଟା) ପର୍ଯ୍ୟନ୍ତ ଦିଲ୍ଲୀ ଆଡକୁ ପାଣି ପଠାଯାଇଥିଲା। ସୂଚନା ଅନୁଯାୟୀ, ଗତକାଲି ସକାଳ ୭ ଟାରେ ୧ ଲକ୍ଷ ୯୦ ହଜାର କ୍ୟୁସେକ ପାଣି ଡାଇଭର୍ଟ କରାଯାଇଥିଲା।
ବୁଧବାର ସକାଳ ୮ଟାରେ ୧ ଲକ୍ଷ ୭୨ହଜାର କ୍ୟୁସେକ ଜଳକୁ ଡାଇଭର୍ଟ କରାଯାଇଥିଲା । ଏହା ପରେ, ବୁଧବାର ସକାଳ ୯ଟା ଏବଂ ୧୦ ଟା ସମୟରେ ୧ଲକ୍ଷ ୪୪ହଜାର କ୍ୟୁସକ ଜଳ ନିଷ୍କାସନ କରାଯାଇଥିଲା। ଅନ୍ୟପକ୍ଷରେ ବୁଧବାର ସକାଳ ୧୧ଟା ଏବଂ ଦ୍ୱିପ୍ରହରରେ ୧ଲକ୍ଷ ୩୬ ହଜାର କ୍ୟୁସେକ ଜଳ ନିଷ୍କାସନ କରାଯାଇଥିଲା। ବୁଧବାର ଅପରାହ୍ନ ୨ ଟାରେ ୧ ଲକ୍ଷ ୩୦ ହଜାର ୪୦୦କ୍ୟୁସେକ ପାଣି ବିସର୍ଜନ କରାଯାଇଥିଲା । ବର୍ତ୍ତମାନ ଯମୁନାର ଜଳ ସ୍ତର୨୦୮.୫୧ ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?