ବ୍ରିଟେନରେ କରୋନାର ନୂଆ ରୂପକୁ ଦେଖି ପ୍ରସ୍ତୁତ ହେଲାଣି ଭାରତ!

ନୂଆଦିଲ୍ଲୀ,୨୧ ।୧୨: ଗୋଟିଏ ପଟେ ଖୁବଶୀଘ୍ର କରୋନା ଭ୍ୟାକ୍ସିନ ଆସିବା କଥା ଜଣାପଡିବା ପରେ ଦେଶବାସୀ ଉତ୍ସାହିତ ଥିବା ବେଳେ ଅନ୍ୟପଟେ କରୋନାର ନୂଆ ରୂପ ସାମ୍ନାକୁ ଆସିବା ପରେ ଚିନ୍ତା ବଢି ଯାଇଛି । ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ସାମ୍ନାକୁ ଆସିଥିବା ଜଣାପଡିଛି । ଯାହା ଖୁବ୍ ମାରାତ୍ମକ ବୋଲି କୁହାଯାଉଛି । ଏହା ଜଣାପଡିବା ପରେ ୟୁରୋପର କିଛି ଦେଶ ବ୍ରିଟେନ ଯାଉଥିବା ବିମାନ ଚଳାଚଳକୁ ବନ୍ଦ କରି ଦେଇଥିବା କୁହାଯାଉଛି । ଏହାକୁ ଦେଖି ଏବେ ଭାରତର କେତେଜଣ ରାଜନେତା ବ୍ରିଟେନ ବିମାନ ଚଳାଚଳ ରଦ୍ଦ କରିବାକୁ ଦାବି କଲେଣି । ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟୁଇଟ୍ କରିଥିବା ସୂଚନା ମିଳିଛି । କେଜରିୱାଲ ଲେଖିଛନ୍ତି ୟୁନାଇଟେଡ କିଙ୍ଗଡମରେ କରୋନାର ନୂଆ ରୂପ ସୁପର ସ୍ପ୍ରେଡର ଭଳି କାମ କରୁଛି । ତେଣୁ ସରକାର ତୁରନ୍ତ ସେଠାକୁ ଚଳାଚଳ କରୁଥିବା ବିମାନକୁ ବନ୍ଦ କରନ୍ତୁ । ଅନ୍ୟପଟେ ଗେହଲଟ ଲେଖିଛନ୍ତି ବ୍ରିଟେନରେ ଆସିଥିବା କରୋନାର ନୂଆ ଷ୍ଟ୍ରେନ୍ ଚିନ୍ତା ବଢାଇ ଦେଲାଣି । ତେଣୁ ଭାରତ ସରକାର ଏ ଦିଗରେ ତୁରନ୍ତ ପଦକ୍ଷେପ ନେବା ଦରକାର । ତେଣୁ ସେଠାକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ବନ୍ଦ କରି ଦିଆଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ରାଜନୀତି ଭୁଲି ଗୋଟିଏ ମଞ୍ଚରେ ଏକାଠି ନାଚିଲେ କଙ୍ଗନା, ମହୁଆ, ସୁପ୍ରିୟା, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଜେପି ସାଂସଦ ଏବଂ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ, ଟିଏମସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri