ବ୍ରିଟେନରେ କରୋନାର ନୂଆ ରୂପକୁ ଦେଖି ପ୍ରସ୍ତୁତ ହେଲାଣି ଭାରତ!

ନୂଆଦିଲ୍ଲୀ,୨୧ ।୧୨: ଗୋଟିଏ ପଟେ ଖୁବଶୀଘ୍ର କରୋନା ଭ୍ୟାକ୍ସିନ ଆସିବା କଥା ଜଣାପଡିବା ପରେ ଦେଶବାସୀ ଉତ୍ସାହିତ ଥିବା ବେଳେ ଅନ୍ୟପଟେ କରୋନାର ନୂଆ ରୂପ ସାମ୍ନାକୁ ଆସିବା ପରେ ଚିନ୍ତା ବଢି ଯାଇଛି । ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ସାମ୍ନାକୁ ଆସିଥିବା ଜଣାପଡିଛି । ଯାହା ଖୁବ୍ ମାରାତ୍ମକ ବୋଲି କୁହାଯାଉଛି । ଏହା ଜଣାପଡିବା ପରେ ୟୁରୋପର କିଛି ଦେଶ ବ୍ରିଟେନ ଯାଉଥିବା ବିମାନ ଚଳାଚଳକୁ ବନ୍ଦ କରି ଦେଇଥିବା କୁହାଯାଉଛି । ଏହାକୁ ଦେଖି ଏବେ ଭାରତର କେତେଜଣ ରାଜନେତା ବ୍ରିଟେନ ବିମାନ ଚଳାଚଳ ରଦ୍ଦ କରିବାକୁ ଦାବି କଲେଣି । ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟୁଇଟ୍ କରିଥିବା ସୂଚନା ମିଳିଛି । କେଜରିୱାଲ ଲେଖିଛନ୍ତି ୟୁନାଇଟେଡ କିଙ୍ଗଡମରେ କରୋନାର ନୂଆ ରୂପ ସୁପର ସ୍ପ୍ରେଡର ଭଳି କାମ କରୁଛି । ତେଣୁ ସରକାର ତୁରନ୍ତ ସେଠାକୁ ଚଳାଚଳ କରୁଥିବା ବିମାନକୁ ବନ୍ଦ କରନ୍ତୁ । ଅନ୍ୟପଟେ ଗେହଲଟ ଲେଖିଛନ୍ତି ବ୍ରିଟେନରେ ଆସିଥିବା କରୋନାର ନୂଆ ଷ୍ଟ୍ରେନ୍ ଚିନ୍ତା ବଢାଇ ଦେଲାଣି । ତେଣୁ ଭାରତ ସରକାର ଏ ଦିଗରେ ତୁରନ୍ତ ପଦକ୍ଷେପ ନେବା ଦରକାର । ତେଣୁ ସେଠାକୁ ଚଳାଚଳ କରୁଥିବା ସମସ୍ତ ବିମାନକୁ ବନ୍ଦ କରି ଦିଆଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri