Posted inଜାତୀୟ

ଗିରଫ ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ! ବଡ଼ ଦାବି କଲେ କେଜ୍‌ରିଓ୍ବାଲ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୫।୧୨: ବୁଧବାର ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି। ଏହି ସମୟରେ ସେ ଦିଲ୍ଲୀ ସରକାରଙ୍କ ଯୋଜନାକୁ ବନ୍ଦ କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ଏକ ଜାଲ ମାମଲାରେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଗିରଫ କରାଯାଇପାରେ।

କେଜ୍‌ରିଓ୍ବାଲ କହିଛନ୍ତି, ଭାଜପାର କୌଣସି କାହାଣୀ ନାହିଁ। ସେ ୧୦ ବର୍ଷ ମଧ୍ୟରେ କିଛି କରିନାହାଁନ୍ତି। ଯଦି ତାଙ୍କୁ ଭୋଟ ଦିଆଯାଏ ତେବେ ସେ କ’ଣ କରିବେ ? କେବଳ କେଜ୍‌ରିୱାଲ ଏମିତି, କେଜ୍‌ରିଓ୍ବାଲ ସେମିତି, ତାହା ଜାରି ରଖିଛନ୍ତି। ସେମାନେ ଦୁର୍ବ୍ୟବହାର କରୁଛନ୍ତି। ତାଙ୍କର ସିଏମ ଚେହେରା ନାହିଁ, ଏଜେଣ୍ଡା ନାହିଁ । ପ୍ରାର୍ଥୀ ନାହାନ୍ତି । ଏଏପି ପ୍ରଚାର କରୁଛି, ଆମେ ବିଦ୍ୟାଳୟ, ଡାକ୍ତରଖାନା, ବିଦ୍ୟୁତ୍‌ , ଜଳ, ବସ୍‌ ଯାତ୍ରା, ତୀର୍ଥଯାତ୍ରା ବିଷୟରେ କହୁଛୁ, ତେଣୁ ଆମେ କହୁଛୁ ଆମକୁ ଭୋଟ ଦିଅନ୍ତୁ।

ସେ କହିଛନ୍ତି, ଆମେ ଦୁଇଟି ଯୋଜନା ଘୋଷଣା କରିଛୁ। ଯଦି ନିର୍ବାଚନରେ ଜିତନ୍ତି ତେବେ କାର୍ଯ୍ୟକାରୀ ହେବ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିକଟରେ ଇଡି, ସିବିଆଇ ଏବଂ ଆଇଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ଏବଂ ଖୁବ ଶୀଘ୍ର ଆମର ସମସ୍ତ ନେତାଙ୍କ ଉପରେ ଆକ୍ରମଣ ହେବ। ଆମେ ମଧ୍ୟ ସୂଚନା ପାଇଛୁ ଯେ ପରିବହନ ବିଭାଗର ଏକ ଜାଲ କେସ୍‌ ଆତିଶୀଙ୍କ ବିରୋଧରେ ପ୍ରସ୍ତୁତ କରାଯାଉଛି। ତାଙ୍କୁ ଗିରଫ କରିବା ନେଇ ଯୋଜନା ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri