Posted inଜାତୀୟ

ଦିଲ୍ଲୀ ଅଧ୍ୟାଦେଶ ହେଉଛି କେନ୍ଦ୍ରର ଏକ ପରୀକ୍ଷଣ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୧।୬: ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଦୃଷ୍ଟିରେ ରଖି ବିହାରର ପାଟନାରେ ଜୁନ ୨୩ରେ ବିରୋଧୀ ଦଳର ଏକ ବୈଠକ ଆୟୋଜିତ ହେବାକୁ ଯାଉଛି। ଏହି ବୈଠକ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବୁଧବାର ବିରୋଧୀ ନେତାମାନଙ୍କୁ ଏକ ଚିଠି ଲେଖିଛନ୍ତି।

ବିରୋଧୀ ଦଳର ଏହି ବୈଠକରେ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ପ୍ରଥମେ ସଂସଦରେ ଦିଲ୍ଲୀ ଅଧ୍ୟାଦେଶକୁ ପରାସ୍ତ କରିବାର ରଣନୀତି ଉପରେ ଆଲୋଚନା କରିବା ଉଚିତ୍‌ ବୋଲି କହିଛନ୍ତି। କେଜ୍‌ରିଓ୍ବାଲ ଏହି ଚିଠିରେ ଦାବି କରିଛନ୍ତି ଯେ, ଯଦି ଦିଲ୍ଲୀ ଅଧ୍ୟାଦେଶର ବ୍ୟବହାର ସଫଳ ହୁଏ, ତେବେ କେନ୍ଦ୍ର ସରକାର ମଧ୍ୟ ଅଣ-ଭାଜପା ଶାସିତ ରାଜ୍ୟମାନଙ୍କରେ ଏଭଳି ନିୟମ ଆଣି ରାଜ୍ୟ ସରକାରଙ୍କ ଅଧିକାର ଛଡ଼ାଇ ନେବେ।

ଚିଠିରେ କେଜ୍‌ରିଓ୍ବାଲ କହିଛନ୍ତି, ଯେ ସେ ଦିଲ୍ଲୀ ଅଧ୍ୟାଦେଶ ଉପରେ ଅନେକ ଅଧ୍ୟୟନ କରିଛନ୍ତି। କେଜ୍‌ରିଓ୍ବାଲଙ୍କ ଅନୁଯାୟୀ, ଏପରି ନିୟମ କେବଳ ଦିଲ୍ଲୀ ପାଇଁ ଅଣାଯାଇପାରିବ ବୋଲି ଭାବିବା ଭୁଲ ହେବ। ଦିଲ୍ଲୀର ସିଏମ ବିଶ୍ୱାସ କରୁଛନ୍ତି ଯେ କେନ୍ଦ୍ର ସରକାର ସମବର୍ତ୍ତୀ ତାଲିକାରେ ଆସୁଥିବା ବିଷୟଗୁଡିକ ନେଇ କେନ୍ଦ୍ର ସରକାର ଏଭଳି ଅଧ୍ୟାଦେଶ ଆଣି ଯେକୌଣସି ପୂର୍ଣ୍ଣ ରାଜ୍ୟର ଅଧିକାର ଛଡ଼ାଇ ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?