Posted inଜାତୀୟ

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲେ କେଜରିୱାଲ

ନୂଆଦିଲ୍ଲୀ,୧୭ ।୮: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନକୁ ଆଉ ବର୍ଷକରୁ କମ୍ ସମୟ ବାକି ରହିଛି । ତେଣୁ ଏବେଠାରୁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରି ସାରିଲେଣି । ଏହି ନିର୍ବାଚନକୁ ଆଖି ଆଗରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଉତ୍ତରାଖଣ୍ଡ ଗସ୍ତ କରିଛନ୍ତି । ଏହି ଅବସରରେ ସେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିଛନ୍ତି । କର୍ନଲ ଅଜୟ କୋଟିୱାଲ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି କେଜରିୱାଲ ଘୋଷଣା କରିଛନ୍ତି । ଏହାସହ କେଜରିୱାଲ କହିଛନ୍ତି ପୂର୍ବରୁ ନେତାମାନେ ଉତ୍ତରାଖଣ୍ଡକୁ ଲୁଟୁଥିଲେ । ହେଲେ ଜଣେ ସେନା ଦେଶ ସେବାରେ ନିଜର ଜୀବନକୁ ବାଜି ଲଗାଇଥିବା ବେଳେ ଭବିଷ୍ୟତରେ ବି ସେ ଦେଶର ସେବା କରିବେ । ଯେତେବେଳେ ଉତ୍ତରାଖଣ୍ଡରେ ପ୍ରଳୟ ହୋଇଥିଲା ସେତେବେଳେ ସେ ପୁନରୁଦ୍ଧାର କାର୍ଯ୍ୟରେ ସହଯୋଗ କରିଥିଲେ । ଆଉ ଏବେ କୋଟିୱାଲ ଉତ୍ତରାଖଣ୍ଡରେ ପୁନଃନିର୍ମାଣ କାର୍ଯ୍ୟ କରିବେ ବୋଲି କେଜରିୱାଲ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଆମେ ଉତ୍ତରାଖଣ୍ଡରେ ସର୍ଭେ କରି ଜାଣିଲୁ ଯେ ଲୋକେ ଜଣେ ଦେଶ ସେବକକୁ ସେମାନଙ୍କ ନେତାଭାବେ ଦେଖିବାକୁ ଚାହାଁନ୍ତି । ବିଶେଷ କରି ମୁଖ୍ୟମନ୍ତ୍ରୀ ପରେ ଜଣେ ଦେଶଭକ୍ତ ରହିବା ଦରକାର । ଏହାପରେ ସେ ଉତ୍ତରାଖଣ୍ଡକୁ ଆଧ୍ୟାତ୍ମିକ ରାଜଧାନୀ ଭାବେ ଗଢିବା କଥା ଉଠାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri