Posted inଜାତୀୟ

ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ କେଜରିୱାଲ

ନୂଆଦିଲ୍ଲୀ,୧୭ ।୭: ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏବେଠାରୁ କିନ୍ତୁ ସବୁ ରାଜନୈତିକ ଦଳ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଦିଲ୍ଲୀର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି) ପ୍ରଥମ କରି ଏହି ନିର୍ବାଚନରେ ଭାଗ ନେବାକୁ ଯାଉଛି । ଏହାକୁ ନେଇ ସେ ଭୋଟରଙ୍କ ନିକଟତର ହେବାକୁ ଚେଷ୍ଟା କରିଛି । ପ୍ରଥମେ ମାଗଣା ବିଜୁଳୀ ଭଳି ଆଉ କିଛି ସୁବିଧା ଦେବ ବୋଲି କହିଥିବା ଏଏପି ଏବେ ପରିବେଶବିତ୍ ସ୍ୱର୍ଗତଃ ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛି । ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ସେ ଲେଖିଛନ୍ତି, ଦିଲ୍ଲୀ ସରକାରଙ୍କ ପକ୍ଷରୁ ମୁଁ ଅନୁରୋଧ କରୁଛି କି ଶ୍ରୀ ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତରନ୍ନ ଦିଆଯାଉ । ତାଙ୍କୁ ଭାରତ ରତ୍ନ ପ୍ରଦାନ କରାଗଲେ ଏହି ସମ୍ମାନର ସମ୍ମାନ ହେବ । ମୁଁ ଆଶା କରୁଛି ଦିଲ୍ଲୀ ସରକାରଙ୍କ ଏହି ନିବେଦନକୁ ଆପଣ ବିଚାର କରିବେ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କେଜରିୱାଲ ଗୁରୁବାର ଦିଲ୍ଲୀ ବିଧାନସଭା ପରିସରରେ ସୁନ୍ଦରଲାଲ ବହୁଗୁଣାଙ୍କ ସ୍ମୃତିରେ ଗଛ ଲଗାଇବା ସହ ଏକ ତୈଳ ଚିତ୍ର ଉନ୍ମୋଚନ କରିଥିଲେ । ସୁନ୍ଦରଲାଲ ବହଗୁଣା ଜଣାଶୁଣା ପରିବେଶବିତ ଏବଂ ଉତ୍ତରାଖଣ୍ଡରେ ‘ଚିପକୋ ଆନ୍ଦୋଳନ’ର ପ୍ରଣେତା ଥିଲେ । ମେ’ ୨୧ରେ ତାଙ୍କର ପରଲୋକ ହୋଇଛି । ‘ଚିପକୋ ଆନ୍ଦୋଳନ’ ବନ ସଂରକ୍ଷଣ ଅଭିଯାନ ଥିଲା ଯାହା ୧୯୭୩ରେ ଆରମ୍ଭ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri