Posted inଜାତୀୟ

ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ କେଜରିୱାଲ

ନୂଆଦିଲ୍ଲୀ,୧୭ ।୭: ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏବେଠାରୁ କିନ୍ତୁ ସବୁ ରାଜନୈତିକ ଦଳ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଦିଲ୍ଲୀର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି) ପ୍ରଥମ କରି ଏହି ନିର୍ବାଚନରେ ଭାଗ ନେବାକୁ ଯାଉଛି । ଏହାକୁ ନେଇ ସେ ଭୋଟରଙ୍କ ନିକଟତର ହେବାକୁ ଚେଷ୍ଟା କରିଛି । ପ୍ରଥମେ ମାଗଣା ବିଜୁଳୀ ଭଳି ଆଉ କିଛି ସୁବିଧା ଦେବ ବୋଲି କହିଥିବା ଏଏପି ଏବେ ପରିବେଶବିତ୍ ସ୍ୱର୍ଗତଃ ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛି । ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ସେ ଲେଖିଛନ୍ତି, ଦିଲ୍ଲୀ ସରକାରଙ୍କ ପକ୍ଷରୁ ମୁଁ ଅନୁରୋଧ କରୁଛି କି ଶ୍ରୀ ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତରନ୍ନ ଦିଆଯାଉ । ତାଙ୍କୁ ଭାରତ ରତ୍ନ ପ୍ରଦାନ କରାଗଲେ ଏହି ସମ୍ମାନର ସମ୍ମାନ ହେବ । ମୁଁ ଆଶା କରୁଛି ଦିଲ୍ଲୀ ସରକାରଙ୍କ ଏହି ନିବେଦନକୁ ଆପଣ ବିଚାର କରିବେ । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କେଜରିୱାଲ ଗୁରୁବାର ଦିଲ୍ଲୀ ବିଧାନସଭା ପରିସରରେ ସୁନ୍ଦରଲାଲ ବହୁଗୁଣାଙ୍କ ସ୍ମୃତିରେ ଗଛ ଲଗାଇବା ସହ ଏକ ତୈଳ ଚିତ୍ର ଉନ୍ମୋଚନ କରିଥିଲେ । ସୁନ୍ଦରଲାଲ ବହଗୁଣା ଜଣାଶୁଣା ପରିବେଶବିତ ଏବଂ ଉତ୍ତରାଖଣ୍ଡରେ ‘ଚିପକୋ ଆନ୍ଦୋଳନ’ର ପ୍ରଣେତା ଥିଲେ । ମେ’ ୨୧ରେ ତାଙ୍କର ପରଲୋକ ହୋଇଛି । ‘ଚିପକୋ ଆନ୍ଦୋଳନ’ ବନ ସଂରକ୍ଷଣ ଅଭିଯାନ ଥିଲା ଯାହା ୧୯୭୩ରେ ଆରମ୍ଭ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri