Posted inଜାତୀୟ

କେଜରିଓ୍ବାଲଙ୍କ ଜାମିନରେ ଉତ୍ସାହିତ ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ,୧୦।୫: କେବଳ ଆମ ଆଦମୀ ପାର୍ଟି ନୁହେଁ ବିରୋଧୀ ମେଣ୍ଟ ଇଣ୍ଡିଆ ପାଇଁ ମଧ୍ୟ ଆଜି ଖୁସିର ଦିନ । କାରଣ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରିଓ୍ବାଲଙ୍କ ଜାମିନ ମଞ୍ଜୁର ହୋଇଛି। ଦୀର୍ଘ ୧ମାସ ଧରି ତିହାର ଜେଲରେ ବନ୍ଦୀଜୀବନ କାଟୁଥିବା କେଜରିଓ୍ବାଲଙ୍କୁ ବଡ଼ ବିଜୟ ହାସଲ ହୋଇଛି। କିନ୍ତୁ ସୁପ୍ରିମକୋର୍ଟ ତାଙ୍କୁ ଜୁନ ୧ ଯାଏଁ ଆନ୍ତରୀଣ ଜାମିନ ଦେଇଛନ୍ତି। ଜୁନ ୧ରେ ସେ ପୁଣି ଆସି ଆତ୍ମ ସମର୍ପଣ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଏହାରି ଭିତରେ ସେ ନିର୍ବାଚନୀ ପ୍ରଚାର କରିପାରିବେ ବୋଲି ମଧ୍ୟ କୋର୍ଟ କହିଛନ୍ତି। ତେବେ କେଜରିଓ୍ବାଲଙ୍କ ଜାମିନକୁ ନେଇ କେବଳ ଏଏପି ନୁହେଁ କଂଗ୍ରେସ ପାର୍ଟି ଓ ଅନ୍ୟ ବିରୋଧୀଙ୍କ ମନରେ ମଧ୍ୟ ଖୁସିର ଲହରୀ ଖେଳିଯାଇଛି।

କେଜରିଓ୍ବାଲଙ୍କ ଜାମିନକୁ ନେଇ ଇଣ୍ଡିଆ ମେଣ୍ଟ ସୋସିଆଲ ମିଡିଆରେ ଖୁସି ବ୍ୟକ୍ତ କରୁଥିବାବେଳେ ଜୁନ ୪ରେ ମୋଦି ସରକାରଙ୍କ ପରାଜୟକୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି। କେଜରିଓ୍ବାଲଙ୍କ ଜାମିନ ମିଳିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋସିଆଲ ମିଡିଆ ଏକ୍ସରେ ଖୁସି ବ୍ୟକ୍ତି କରିଛନ୍ତି। ସେହିପରି କଂଗ୍ରେସର ମିଡିଆ ମୁଖ୍ୟ ପବନ ଖେଡା ମଧ୍ୟ କେଜରିଓ୍ବାଲଙ୍କୁ ଅଭିନନ୍ଦନ ଜଣାଇବା ସହ ମୋଦି ଖୁବ୍‌ଶୀଘ୍ର ପରାଜିତ ହେବେ ବୋଲି ବଡ଼ ଭବିଷ୍ୟବାଣୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri