Posted inଜାତୀୟ

ଦିଲ୍ଲୀ ଦଙ୍ଗାରେ ପ୍ରାଣ ହରାଇଥିବା ଆଇବି କର୍ମଚାରୀଙ୍କ ଭାଇଙ୍କୁ ଚାକିରି ଦେଲେ କେଜ୍‌ରିଓ୍ବାଲ୍‌ ସରକାର

ନୂଆଦିଲ୍ଲୀ,୧୭।୩: ଦିଲ୍ଲୀ ଦଙ୍ଗାରେ ପ୍ରାଣ ହରାଇଥିବା ଜଣେ ଗୁଇନ୍ଦା ବିଭାଗ(ଆଇବି) କର୍ମଚାରୀଙ୍କ ଭାଇଙ୍କୁ କେଜ୍‌ରିୱାଲ ସରକାର ସରକାରୀ ଚାକିରି ଦେଇଛନ୍ତି। ଦିଲ୍ଲୀ ହିଂସାରେ ଅଙ୍କିତ ଶର୍ମାଙ୍କୁ ହତ୍ୟା କରାଦିଆଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗୁରୁବାର ଅଙ୍କିତଙ୍କ ପରିବାରକୁ ସରକାରୀ ଚାକିରି ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ଏକ ଟୁଇଟ୍‌ରେ ସେ କହିଛନ୍ତି, ମଣିଷର ଅନୁପସ୍ଥିତିକୁ ତ କେବେ ପୂରଣ କରାଯାଇପାରିବ ନାହିଁ, କିନ୍ତୁ ଏହି ସରକାରୀ ଚାକିରି ଏବଂ ୧ କୋଟି ଟଙ୍କାର ସହାୟତା ପରିବାରକୁ ଶକ୍ତି ଯୋଗାଇବ।
ସୂଚନାଯୋଗ୍ୟ, ଫେବୃୟାରୀ ୨୦୨୦ରେ ଉତ୍ତର ପୂର୍ବ ଦିଲ୍ଲୀରେ ଦଙ୍ଗା ଆରମ୍ଭ ହୋଇଥିଲା। ଏଥିରେ ୫୩ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ଶହ ଶହ ଲୋକ ଆହତ ହୋଇଥିଲେ। ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ମୃତଦେହ ଫେବୃୟାରୀ ୨୬ରେ ଚାନ୍ଦ ବାଗ ଅଞ୍ଚଳରେ ଥିବା ତାଙ୍କ ଘର ଡ୍ରେନରୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri