Posted inଜାତୀୟ

କେଜ୍ରିଓ୍ବାଲଙ୍କ ଟାର୍ଗେଟରେ ଗୁଜରାଟ

ଗାନ୍ଧୀନଗର,୬।୬: ଆମ ଆଦମୀ ପାର୍ଟି(ଏଏପି) ଟାର୍ଗେଟରେ ଏବେ ଗୁଜରାଟ। ଗୁଜରାଟରେ ନିଜର କ୍ଷମତା ବଢ଼ାଇବା ସହ ଜନତାଙ୍କୁ ଆକୃଷ୍ଟ କରିବାକୁ ଜୋରସୋରରେ ଲାଗିପଡ଼ିଛି ଏଏପି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ମୁଖ୍ୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ସୋମବାର ଗୁଜୁରାଟର ମେହସଣାଠାରେ ତ୍ରିରଙ୍ଗା ଯାତ୍ରା ବାହାର କରିଛନ୍ତି। ମେହସଣାରେ ଦଳ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ବାହାର କରାଯାଇଛି ଏବଂ ବିଗତ ୨୦ ଦିନରୁ ୧୮୨ ବିଧାନସଭାରେ ପରିବର୍ତ୍ତନ ଯାତ୍ରା ଚାଲିଛି ବୋଲି କେଜ୍ରିଓ୍ବାଲ ଅହମ୍ମଦାବାଦରେ ଖବରଦାତାଙ୍କୁ କହିଛନ୍ତି। ଏଥିସହ ଏହି ତ୍ରିରଙ୍ଗା ଯାତ୍ରାରେ ଅଧିକରୁ ଅଧିକ ସଂଖ୍ୟାରେ ଯୋଗଦେଇ ଏହାକୁ ସଫଳ କରିବାକୁ ସେ ମେହସଣାବାସୀଙ୍କୁ ନିବେଦନ କରିଛନ୍ତି। ଏତଦ୍‌ବ୍ୟତୀତ ତ୍ରିରଙ୍ଗା ଯାତ୍ରା ସମୟରେ ଅରବିନ୍ଦ କେଜ୍ରିୱାଲ ଭାଜପା ଓ ସି.ଆର ପାଟିଲଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗୁଜୁରାଟର ଲୋକମାନେ ଭୟଭୀତ ଅଛନ୍ତି ଏବଂ ସେମାନେ ପରିବର୍ତ୍ତନ ଚାହୁଁଛନ୍ତି। ଯୁଆଡେ ଗଲେ ଲୋକମାନେ ଅଭିଯୋଗ କରୁଛନ୍ତି ଯେ, ଭାଜପାର ଦଳୀୟ କର୍ମୀମାନେ ଦାଦାଗିରି କରୁଛନ୍ତି। ଯଦି କେହି ଭାଜପା ବିରୋଧରେ କିଛି କହୁଛି, ତେବେ ତାଙ୍କୁ ହତ୍ୟା କରିବା ଆରମ୍ଭ କରାଯାଉଛି। ତେବେ ଏଥିପାଇଁ ଏକମାତ୍ର ଔଷଧ ହେଉଛି ଆମ ଆଦମୀ ପାର୍ଟି ବୋଲି କେଜ୍ରିଓ୍ବାଲ କହିଛନ୍ତି। ଅନ୍ୟପଟେ କେଜ୍ରିଓ୍ବାଲ କଶ୍ମୀରୀ ପଣ୍ଡିତମାନଙ୍କ ପ୍ରସଙ୍ଗରେ ମଧ୍ୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, କଶ୍ମୀରରେ କଶ୍ମୀରୀ ପଣ୍ଡିତମାନଙ୍କୁ ଯେଉଁଭଳି ଭାବେ ହତ୍ୟା କରାଯାଉଛି ତାହା ଠିକ ନୁହେଁ। ଗତ ୩୦ବର୍ଷ ମଧ୍ୟରେ କଶ୍ମୀରୀ ପଣ୍ଡିତମାନେ ୨ଥର ସ୍ଥାନାନ୍ତର ହୋଇଛନ୍ତି ଏବଂ ଏହି କାର୍ଯ୍ୟ କେବଳ ଭାଜପା ଶାସନ ସମୟରେ କରାଯାଇଛି। ତେଣୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇ କଶ୍ମୀରୀ ପଣ୍ଡିତମାନଙ୍କୁ ସୁରକ୍ଷା ଯୋଗାଇଦିଆଯାଉ ବୋଲି ସେ ସରକାରଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri