Posted inଜାତୀୟ

କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଝଟକା

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଝଟକା ଲାଗିଛି। ମଧ୍ୟବର୍ତ୍ତୀକାଳୀନ ଜାମିନ ବୃଦ୍ଧି କରିବାକୁ ସେ ଏକ ପିଟିସନ ଦାଖଲ କରିଥିଲେ, ଯାହାକୁ ପ୍ରତ୍ୟାଖ୍ୟାନ କରିଛନ୍ତି କୋର୍ଟ। କେଜରିୱାଲଙ୍କ ଆବେଦନକୁ କୋର୍ଟ ରେଜିଷ୍ଟ୍ରି ମନା କରିଦେଇଛନ୍ତି। ଯେହେତୁ କେଜରିୱାଲଙ୍କୁ ନିୟମିତ ଜାମିନ ପାଇଁ ଟ୍ରାଏଲ କୋର୍ଟକୁ ଯିବାର ସ୍ବାଧୀନତା ଦିଆଯାଇଛି। ଏଭଳି ପରିସ୍ଥିତିରେ ତାଙ୍କର ଆବେଦନ ଶୁଣାଣି ଯୋଗ୍ୟ ନୁହେଁ ବୋଲି କୁହାଯାଇଛି। ବର୍ତ୍ତମାନ ସିଏମ କେଜରିୱାଲଙ୍କୁ ଜୁନ ୨ରେ ଆତ୍ମସମର୍ପଣ କରିବାକୁ ପଡ଼ିବ।

ସିଏମ କେଜରିଓ୍ବାଲଙ୍କୁ ମେ ୧୦ରେ ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପକାନ ଦତ୍ତଙ୍କ ଦ୍ୱାରା ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା। ଏବଂ ଜୁନ ୨ରେ ତିହାର ଜେଲରେ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। ମେ ୧୭ରେ, PMLA ମାମଲାରେ ଇଡି ଦ୍ୱାରା ଦାଖଲ ହୋଇଥିବା ଗିରଫଦାରୀ ବୈଧତାକୁ ଚ୍ୟାଲେଞ୍ଜ କରି ବେଞ୍ଚ ତାଙ୍କ ରାୟ ସଂରକ୍ଷଣ କରିଥିଲେ। ମଙ୍ଗଳବାର ସୁପ୍ରିମକୋର୍ଟର ଅନ୍ୟ ଏକ ବେଞ୍ଚ କେଜରିୱାଲଙ୍କ ଆବେଦନ ଶୁଣିବାକୁ ମନା କରିବା ସହ ତାଙ୍କୁ CJI DY Chandrachud ଙ୍କ ନିକଟକୁ ଯିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?