Posted inଜାତୀୟ

ଗୋଆ ବିଧାନସଭା ନିର୍ବାଚନ: ଭାଜପା ତାଲିକାରେ ନାହିଁ ଉତ୍ପଳ ପାରିକରଙ୍କ ନାଁ, ଏଏପିକୁ କେଜରିୱାଲଙ୍କ ନିମନ୍ତ୍ରଣ

ପଣଜି,୨୦ ।୧: ଗୋଆ ବିଧାନସଭା ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରଥମ ପର୍ଯ୍ୟାୟରେ ୩୪ ଜଣ ପ୍ରାର୍ଥୀଙ୍କର ତାଲିକା ଘୋଷଣା କରିଛି । ହେଲେ ସେଥିରେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକରଙ୍କ ନାଁ ନ ଥିବାରୁ ଏବେ ଏହା ଆଲୋଚନାର ବିଷୟ ହୋଇଛି । କିନ୍ତୁ ଭାଜପା କହିଛି ତାଙ୍କ ସହ କଥାବାର୍ତ୍ତା ଚାଲିଛି । ଏପଟେ ଆମ ଆଦମୀ ପାର୍ଟି(ଏଏପି)ର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଉତ୍ପଳ ପାରିକରଙ୍କୁ ଏଏପିରୁ ଟିକେଟ ନେଇ ନିର୍ବାଚନ ଲଢିବାକୁ ନିମନ୍ତ୍ରଣ କରିଛନ୍ତି ।
ଟୁଇଟ୍ କରି କେଜରିୱାଲ ଲେଖିଛନ୍ତି ଲୋକେ ଏହା ଭାବି ଦୁଃଖ ପ୍ରକାଶ କରୁଛନ୍ତି କି ଭାଜପାର ବ୍ୟବହାର କର ଓ ଫୋପାଡିଦିଅ ନିତୀ ପାରିକର ପରିବାର ସହ ମଧ୍ୟ ଘଟିଲା । ମୁଁ ସର୍ବଦା ମନୋହର ପାରିକରଙ୍କୁ ସମ୍ମାନ କରେ । ତେଣୁ ଉତ୍ପଳ ଏଏପିରେ ଯୋଗ ଦିଅନ୍ତୁ ଓ ଟିକେଟ ନେଇ ନିର୍ବାଚନ ଲଢନ୍ତୁ ।
ଗୋଆର ୪୦ ସଦସ୍ୟ ବିଶିଷ୍ଟ ବିଧାନସଭା ନିର୍ବାଚନ ଲାଗି ଫେବୃୟାରୀ ୧୪ରେ ନିର୍ବାଚନ କରାଯିବ । ଭାଜପା ପ୍ରଥମ ତାଲିକାରେ ୩୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ ସୌକଲିମରୁ ପ୍ରାର୍ଥୀ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri