Posted inଜାତୀୟ

ଦିଲ୍ଲୀ ସରକାର ଆଣିଲେ ନୂଆ ଯୋଜନା: ଯେତେ ବିଦ୍ୟୁତ୍‌ ଖର୍ଚ୍ଚ କଲେ ବି ବିଲ ଆସିବ ଶୂନ

ନୂଆଦିଲ୍ଲୀ,୨୯।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରାଜଧାନୀରେ ସୋଲାର ପଲିସି ୨୦୨୪ ବିଷୟରେ ଲୋକଙ୍କୁ ଅବଗତ କରାଇଛନ୍ତି। ସୋମବାର ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସମ୍ପୂର୍ଣ୍ଣ ଯୋଜନା ବିଷୟରେ ବତାଇଛନ୍ତି।

ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ କହିଛନ୍ତି, ଆମେ ୨୦୧୬ରେ ସୋଲାର ପଲିସି ପାସ କରିଥିଲୁ। ଏହା ସମଗ୍ର ଦେଶର ସବୁଠାରୁ ପ୍ରଗତିଶୀଳ ସୋଲାର ପଲିସି ଭାବରେ ବିବେଚନା କରାଯାଉଥିଲା। ଦିଲ୍ଲୀ ସରକାର ନୂତନ ସୋଲାର ପଲିସି ୨୦୨୪ କାର୍ଯ୍ୟକାରୀ କରିଛନ୍ତି।

କେଜ୍‌ରିଓ୍ବାଲ କହିଛନ୍ତି , ଦିଲ୍ଲୀ ସରକାର ଏକ ନୂତନ କେଜ୍‌ରିଓ୍ବାଲ ଶକ୍ତି ନୀତି, ସୌର ନୀତି ୨୦୨୪ ଜାରି କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୨୦୧୬ ନୀତି ଲାଗୁ ଥିଲା, ଏହା ଦେଶର ସବୁଠାରୁ ପ୍ରଗତିଶୀଳ ନୀତି ଥିଲା। ଦିଲ୍ଲୀରେ ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌ ମାଗଣା, ୪୦୦ ୟୁନିଟ ପର୍ଯ୍ୟନ୍ତ ଅଧା ବିଦ୍ୟୁତ୍‌ ବିଲ ଏବଂ ଏହା ଉପକୁ ସଂପୂର୍ଣ୍ଣ ବିଲ ଚାର୍ଜ ନିଆଯାଉଥିଲା। ନୂତନ ସୋଲାର ନୀତି ଅନୁଯାୟୀ, ଯେଉଁମାନେ ନିଜ ଛାତରେ ସୋଲାର ପ୍ୟାନେଲ ଲଗାଇବେ, ସେମାନେ କେତେ ୟୁନିଟ ବିଦ୍ୟୁତ୍‌ ଖର୍ଚ୍ଚ କଲେ ମଧ୍ୟ ଶୂନ୍ୟ ବିଦ୍ୟୁତ୍‌ ବିଲ ପାଇବେ। ଏହା ସହିତ ଆପଣ ପ୍ରତି ମାସରେ ୭୦୦-୯୦୦ଟଙ୍କା ରୋଜଗାର କରିପାରିବେ । ଯେଉଁମାନେ ସୋଲାର ପ୍ୟାନେଲ ଉପରେ ଖର୍ଚ୍ଚ କରିବେ, ସେମାନଙ୍କୁ ୪ ବର୍ଷରେ ରିଟର୍ନ ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri